Posted inଜାତୀୟ

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତକଙ୍କ ପରିବାର ପାଇଁ କେଜରିଓ୍ବାଲ ଏବଂ ଭାଜପା ପକ୍ଷରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା

ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଏକ ସ୍କୁଲ ବ୍ୟାଗ୍‌ କାରଖାନାରେ ରବିବାର ଅଗ୍ନିକାଣ୍ଡ ଘଟି ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଆହତଙ୍କ ଲାଗି ଏକ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି। ସେହିପରି ଭାଜପା ପକ୍ଷରୁ କେନ୍ଦ୍ରୀୟ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ, ଅନୁରାଗ ଠାକୁର ଏବଂ ଦିଲ୍ଲୀ ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଦେବାକୁ ଘୋଷଣା କରିଛନ୍ତି। ଏହାଦ୍ୱାରା ମୃତକଙ୍କ ପରିବାର ମୋଟ ୧୭ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri