Posted inଖେଳ

ଦିଲ୍ଲୀ ଛାଡ଼ି ଉତ୍ତରାଖଣ୍ଡ ପାଇଁ ଖେଳିବେ ଉନ୍ମୁକ୍ତ ଚାନ୍ଦ

ନୂଆଦିଲ୍ଲୀ, ୩।୯- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଚଳିତ ଘରୋଇ ସିଜନରେ ନୂଆ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବାର ନଜରକୁ ଆସିବେ। ଦିଲ୍ଲୀ ରଣ୍‌ଜୀ ଦଳ ପାଇଁ ୯ଟି ସିଜନ ଖେଳିବା ପରେ ଏହି ଉଦୀୟମାନ ଯୁବ ବ୍ୟାଟ୍ସମ୍ୟାନ ଚଳିତ ସିଜନରୁ ଉତ୍ତରାଖଣ୍ଡ ପକ୍ଷରୁ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ଚାନ୍ଦ ୨୦୧୦ରେ ମାତ୍ର ୧୬ ବର୍ଷ ବୟସରେ ଦିଲ୍ଲୀ ପକ୍ଷରୁ ଲିଷ୍ଟ-ଏ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ଗୁଜରାଟ ବିପକ୍ଷରେ ସେ ନିଜର ପ୍ରଥମ ଶ୍ରେଣୀ ପଦାର୍ପଣ କରିଥିଲେ। ସେହିଭଳି ୨୦୧୬ରେ ଗୌତମ ଗମ୍ଭୀର ଜାତୀୟ ଦଳ ପକ୍ଷରୁ ଖେଳୁଥିତ୍ବା ସମୟରେ ଚାନ୍ଦ ଦିଲ୍ଲୀ ରଣ୍‌ଜୀ ଦଳର ନେତୃତ୍ୱ ନେଇଥିଲେ। ତେବେ ଏହାପର ସିଜନରେ ଦଳରେ ଥାଇ ମଧ୍ୟ ଖରାପ ଫର୍ମ ଲାଗି ତାଙ୍କୁ ଚୂଡ଼ାନ୍ତ ଏକାଦଶରୁ ବାଦ୍‌ ଦିଆଯାଇଥିଲା। ୨୦୧୮-୧୯ ସିଜନରେ ମଧ୍ୟ ହିତେନ ଦଲାଲ୍‌ଙ୍କୁ ଗମ୍ଭୀରଙ୍କ ଓପନର୍‌ ପାର୍ଟନର ଭାବେ ମନୋନୀତ କରାଯିବାରୁ ଚାନ୍ଦଙ୍କୁ ଦଳରେ ସ୍ଥାନ ମିଳି ନ ଥିଲା। ଏହି ୨୬ ବର୍ଷୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ଶେଷଥର ପାଇଁ ଏହି ୨୦୧୭ରେ କର୍ନାଟକ ବିପକ୍ଷରେ ନିଜର ଅନ୍ତିମ ରଣ୍‌ଜୀ ଟ୍ରଫି ମ୍ୟାଚ୍‌ ଖେଳିଥିଲେ। ସେହିଭଳି ୨୦୧୬-୧୭ ସିଜନରେ ଆଇପିଏଲ୍‌ର ନିଲାମୀର କିଛିଦିନ ପୂର୍ବରୁ ତାଙ୍କୁ ବିଜୟ ହଜାରେ ଟ୍ରଫିରୁ ବାଦ୍‌ ଦିଆଯାଇଥିଲା। ଫଳରେ ସେହିବର୍ଷ ଆଇପିଏଲ୍‌ ନିଲାମୀରେ ଚାନ୍ଦ ନିଲାମୀରେ ସ୍ଥାନ ପାଇ ନ ଥିଲେ। ୨୦୧୭ରୁ ସେ କୌଣସି ଆଇପିଏଲ୍‌ ଫ୍ରାଞ୍ଚାଇଜ ସହ ଚୁକ୍ତି କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri