Posted inଜାତୀୟ

ଦିଲ୍ଲୀ ନିର୍ବାଚନରେ ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ପୋଷ୍ଟାଲ ବାଲଟରେ ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ସୋମବାର ନିର୍ବାଚନ କମିଶନ ସୁନୀଲ ଅରୋରା ଖବରଦାତା ସମ୍ମିଳନୀ କରି ଆସନ୍ତା ବିଧାନସଭା ନିର୍ବାଚନ ଓ ଫଳାଫଳର ତାରିଖ ଘୋଷଣା କରିଛନ୍ତି। ଫେବୃଆରୀ ୮ରେ ମତଦାନ ହେବାକୁ ଥିବା ବେଳେ ୧୧କୁ ଫଳାଫଳ ଆସିବ। ଚଳିତଥର ବୃଦ୍ଧ ଓ ଦିବ୍ୟାଙ୍ଗମାନଙ୍କ ପାଇଁ ନିର୍ବାଚନ କମିଶନ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ରାଜଧାନୀରେ ରହୁଥିବା ୮୦ବର୍ଷ ବୟସରୁ ଊର୍ଦ୍ଧ୍ୱ ମତଦାତାଙ୍କୁ ଏବେ ମତଦାନ କେନ୍ଦ୍ରକୁ ଆଉ ଯିବାକୁ ପଡ଼ିବ ନାହିଁ। ଘରେ ବସି ସେମାନେ ପୋଷ୍ଟାଲ ବାଲଟ୍‌ ଜରିଆରେ ମତଦାନ କରିପାରିବେ। ଏହାଦ୍ୱାରା ଦିଲ୍ଲୀବାସୀଙ୍କୁ ଆଉ ଏକ ଲାଭ ମିଳିପାରିବ। ଦିଲ୍ଲୀର ୧.୪୬ କୋଟି ମତଦାତା ନିର୍ବାଚନ ସମୟରେ ଘରେ ବସି ଜାଣିପାରିବେ ଯେ ନିକଟ କେନ୍ଦ୍ରଗୁଡିକରେ କେତେ ଲମ୍ବା ଲାଇନ୍‌ ଲାଗିଛି ଓ କେତେଜଣ ମତଦାନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ଜୟଶଙ୍କରଙ୍କ ବଡ଼ ବୟାନ: କହିଲେ ଆମ ପଡ଼ୋଶୀମାନେ ଭଲ ନୁହନ୍ତି, ଭାରତ କାହାକୁ ତା’ର…

ନୂଆଦିଲ୍ଲୀ,୨ା୧: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଆତଙ୍କବାଦ ପ୍ରସଙ୍ଗରେ ଏକ ବଡ଼ ଚେତାବନୀ ଦେଇଛନ୍ତି। ଆଇଆଇଟି ମାଡ୍ରାସର ଛାତ୍ରମାନଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଯଦି...

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ଗିଗ୍ ୱର୍କର୍ସଙ୍କ ପାଇଁ ଖୁସି ଖବର: କେନ୍ଦ୍ର ସରକାର ଆଣିଲେ ସୁରକ୍ଷା ନିୟମ

ନୂଆଦିଲ୍ଲୀ,୨।୧: ସ୍ୱଳ୍ପକାଳୀନ କିମ୍ବା ଚୁକ୍ତିଭିତ୍ତିକ କାର୍ଯ୍ୟ କରୁଥିବା ‘ଗିଗ୍ ୱର୍କର୍ସ’ ମାନଙ୍କ ପାଇଁ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରାଳୟ ଏକ ବଡ଼ ପଦକ୍ଷେପ ନେଇଛନ୍ତି।...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri