Posted inଖେଳ

ଦିଲ୍ଲୀ ଫ୍ରାଞ୍ଚାଇଜ୍‌ରେ ଯୋଗଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୮।୧୧(ପି.ଟି.)-ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଶୁକ୍ରବାର ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ତାଙ୍କ ବଦଳରେ ବାମହାତୀ ଜଗଦୀଶ ସୁଚିଥଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ଦଳରେ ସାମିଲ କରିଛି। ପୂର୍ବରୁ ଦିଲ୍ଲୀ ଅଶ୍ୱିନଙ୍କ ବଦଳରେ ସୁଚିଥଙ୍କ ସହ ଦେଢ଼ କୋଟି ଟଙ୍କାର ପ୍ରସ୍ତାବ ଦେଇଥିଲା। ୩୩ ବର୍ଷୀୟ ସିନିୟର ସ୍ପିନରଙ୍କୁ ସିଜନ ପିଛା ଗତବର୍ଷ ଭଳି ୭.୬ କୋଟି ଟଙ୍କା ମିଳିବ। ସମାନ ମୂଲ୍ୟରେ ୨୦୧୮ ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ଅଶ୍ୱିନଙ୍କୁ କିଙ୍ଗ୍ସ ଏକାଦଶ କିଣିଥିଲା। ସେ ଦେଶର ଶ୍ରେଷ୍ଠ ଓ ଅଭିଜ୍ଞ ସ୍ପିନର। ଭାରତ ଓ ଆଇପିଏଲରେ ତାଙ୍କ ରେକର୍ଡ ଖୁବ ଭଲ ରହିଛି। ତାଙ୍କ ଉପସ୍ଥିତି ଆମ ଦଳ ପାଇଁ ଲାଭଜନକ ହେବ ବୋଲି ଦିଲ୍ଲୀ ଫ୍ରାଞ୍ଚାଇଜ ସହ ମାଲିକ ପାର୍ଥ ଜିନ୍ଦଲ କହିଛନ୍ତି। ଅଶ୍ୱିନଙ୍କ ଉପସ୍ଥିତିରେ ଯେ କୌଣସି ଦଳର ଶକ୍ତି ବୃଦ୍ଧି ହେବ, ଏଥିରେ ଦ୍ୱିମତ ନାହିଁ। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ କିଛି ପରିିବର୍ତ୍ତନ ହେବ ନାହିଁ ବୋଲି କୋଚ୍‌ ରିକି ପଣ୍ଟିଂ ଉଲ୍ଲେଖ କରିଛନ୍ତି। ଅଶ୍ୱିନ ଅନ୍ତର୍ଜାତୀୟ ସ୍ତରରେ ୬୮ ଟେଷ୍ଟ ଓ ୧୧୧ ଦିନିକିଆ ଖେଳି ଯଥାକ୍ରମେ ୩୫୭ ଓ ୧୫୦ ଉଇକେଟ ଅକ୍ତିଆର କରିଛନ୍ତି। ଆଇପିଏଲରେ ୧୩୯ ମ୍ୟାଚ୍‌ରେ ୧୨୫ ଉଇକେଟ ନେଇଛନ୍ତି। ୨୦୧୦ ଓ ୨୦୧୧ ଆଇପିଏଲ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ ଦଳର ସେ ପ୍ରମୁଖ ସଦସ୍ୟ ଥିଲେ। ତେବେ ଜଣେ ଅଧିନାୟକ ଭାବେ ସେ ବିଫଳ ହୋଇଥିଲେ। ଗତ ଦୁଇ ସିଜନରେ ତାଙ୍କ ନେତୃତ୍ୱରେ ପଞ୍ଜାବ ଦଳ ପ୍ଲେ-ଅଫ୍‌ରେ ପ୍ରବେଶ କରିପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri