Posted inଜାତୀୟ

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ: ୩ ରାଜ୍ୟର ମୁଖ୍ୟ ସଚିବଙ୍କୁ ସମନ

ନୂଆଦିଲ୍ଲୀ,୫ା୧୧(ଆଇଏଏନ୍‌ଏସ୍‌): ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଉତ୍କଟ ବାୟୁ ପ୍ରଦୂଷଣକୁ ନେଇ ସୋମବାର ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରିବା ସହ ଏକାଧିକ ନିର୍ଦ୍ଦେଶ ଜାରି କରିଛନ୍ତି। ପ୍ରଦୂଷଣ ରୋକିବା ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାର ପଦକ୍ଷେପ ନେବାରେ ବିଫଳ ହୋଇଥିବାରୁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିବା ସହ ମୁଖ୍ୟ ସଚିବଙ୍କଠାରୁ ଆରମ୍ଭ କରି ପ୍ରଶାସନର ତଳସ୍ତରର ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ କୋର୍ଟ ନିର୍ଦ୍ଦେଶନାମା ଅନୁପାଳନ କରିବାକୁ କହିଛନ୍ତି।
ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିପାର କିନ୍ତୁ ଲୋକଙ୍କୁ ମାରିବା ପାଇଁ ଛାଡ଼ିଦିଆଯାଇପାରିବ ନାହିଁ ବୋଲି ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଥିଲେ। ଏହି ସମୟରେ କୋର୍ଟରେ ପଞ୍ଜାବ, ହରିୟାଣା ଓ ଉତ୍ତରପ୍ରଦେଶର ମୁଖ୍ୟ ସଚିବମାନେ ଉପସ୍ଥିତ ଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ବୁଧବାରକୁ ଧାର୍ଯ୍ୟ କରାଯାଇଛି। ପ୍ରଦୂଷଣ ରୋକିବା ଦିଗରେ ପଦକ୍ଷେପ ନେଉ ନ ଥିବା ଅଧିକାରୀଙ୍କୁ ଦଣ୍ଡିତ କରାଯିବ ବୋଲି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଦେଇଛନ୍ତି। ନଡ଼ା ପୋଡ଼ି ବନ୍ଦ ନିମନ୍ତେ କ’ଣ ପଦକ୍ଷେପ ନିଆଯାଉଛି ତାହା ଜଣାଇବାକୁ ଅଦାଲତ ସ୍ଥାନୀୟ ଥାନାଗୁଡିକର ଏସ୍‌ଏଚ୍‌ଓମାନଙ୍କୁ ଦାୟିତ୍ୱ ଦେଇଛନ୍ତି। ଏଥିସହିତ ଦିଲ୍ଲୀ ଏନ୍‌ସିଆର୍‌ରେ ନିର୍ମାଣ କାର୍ଯ୍ୟ ଓ ବର୍ଜ୍ୟ ପୋଡ଼ିବା ଉପରେ ଜରିମାନା ଧାର୍ଯ୍ୟ କରାଯାଇଛି। ପ୍ରଦୂଷଣ ରୋକିବାରେ କର୍ତ୍ତୃପକ୍ଷଙ୍କ ବିଫଳତାକୁ ସୁପ୍ରିମକୋର୍ଟ ନିନ୍ଦା କରିଛନ୍ତି। ପ୍ରଦୂଷଣ ଯୋଗୁ ଜନସାଧାରଣ ସେମାନଙ୍କ ଜୀବନର ମୂଲ୍ୟବାନ ସମୟ ହରାଉଛନ୍ତି ବୋଲି ଖଣ୍ଡପୀଠ କହିଥିଲେ।
ଦିଲ୍ଲୀରେ ବାୟୁ ପ୍ରଦୂଷଣ ବିପଜ୍ଜନକ ସ୍ଥିତିରେ ପହଞ୍ଚତ୍ଥିଲାବେଳେ ଯୁଗ୍ମ-ଅଯୁଗ୍ମ ସୂତ୍ର ପଛର ଯଥାର୍ଥତା କ’ଣ ବୋଲି ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏଭଳି ନିୟମ କାର୍ଯ୍ୟକାରୀ କରିବା ଦ୍ୱାରା ପ୍ରଦୂଷଣ ମାତ୍ରା କେତେ କମିଛି ତା’ର ତଥ୍ୟ ଉପସ୍ଥାପନ କରିବା ଲାଗି ଜଷ୍ଟିସ୍‌ ଅରୁଣ ମିଶ୍ର ଓ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ଏବଂ ଏନ୍‌ସିଆର୍‌ ଅଞ୍ଚଳରେ ନିର୍ମାଣ କାର୍ଯ୍ୟ ଉପରେ ନିଷିଦ୍ଧାଦେଶ ଲାଗୁ ହୋଇଥିଲାବେଳେ ଯେଉଁମାନେ ଏହାର ଉଲ୍ଲଂଘନ କରୁଛନ୍ତି, ସେମାନଙ୍କୁ ଲକ୍ଷେ ଟଙ୍କା ଜରିମାନା କରିବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଅଳିଆ ଜାଳୁଥିବା ଲୋକଙ୍କୁ ୫୦୦୦ ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିବାକୁ କୁହାଯାଇଛି। ଖୋଲାସ୍ଥାନରେ ଅଳିଆ ନ ପକାଇବା ଲାଗି ମ୍ୟୁନିସିପାଲ କର୍ପୋରେଶନକୁ ନିର୍ଦ୍ଦେଶ ଦିଆଯାଇଛି। ଡିଜେଲ ଯାନ ଅଧିକ ପ୍ରଦୂଷଣ କରୁଥିଲାବେଳେ ଏହା ଉପରେ କଟକଣା ନ ଲଗାଇ କମ୍‌ ପ୍ରଦୂଷଣ କରୁଥିବା କାର୍‌ ଉପରେ ଯୁଗ୍ମ-ଅଯୁଗ୍ମ ସୂତ୍ର ଲାଗୁ କରିବାର ଯଥାର୍ଥତା କ’ଣ ବୋଲି ଅଦାଲତ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri