Posted inଜାତୀୟ

ଦିଲ୍ଲୀ ଭୟାବହ ଅଗ୍ନିକାଣ୍ଡରେ ୬ମୃତ: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୮: ଦିଲ୍ଲୀ ଜାକିର ନଗର ସ୍ଥିତ ଥିବା ୪ମହଲା ବିଶିଷ୍ଟ ଏକ କୋଠା ଘରେ ସୋମବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ମହିଳା, ୨ପୁରୁଷ ଓ ୨ଜଣ ପିଲା ଥିବା ଜଣାପଡ଼ିଛି। ଏଥିସହ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ଉକ୍ତ ମହଲାରେ ବିଦ୍ୟୁତ୍‌ ମିଟର ବୋର୍ଡରୁ ନିଆଁ ଲାଗି ଚାରିଆଡ଼େ ବ୍ୟାପି ଯାଇଥିଲା। ଖବରପାଇ ଘଟଣାସ୍ଥଳରେ ୮ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ୨୦ଜଣଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ସମୟରେ ଦୁଇଜଣ ଦମକଳ କର୍ମଚାରୀ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଏହି ନିଅଁା ଏତେ ଭୟଙ୍କର ଥିଲା ଯେ ପାର୍କିଂରେ ଠିଆ ହୋଇଥିବା ୭ଟି କାର ଓ ୮ ବାଇକ୍‌ ପୋଡ଼ି ଭସ୍ମିଭୂତ ହୋଇଯାଇଥିଲା। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁ ଏହା ଘଟିଥାଏ ବୋଲି ପୋଲିସ ଅଧିକାରୀ ପ୍ରାଥମିକ ତଦନ୍ତରୁ ସୂଚନା ଦେଇଛନ୍ତି। ଅନ୍ୟପଟେ ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଦୁଃଖ ପ୍ରକାଶ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପ୍ରଭାବିତ ପରିବାରଙ୍କୁ ସରକାରଙ୍କ ପକ୍ଷରୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି କେଜ୍ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri