Posted inଜାତୀୟ

ଦିଲ୍ଲୀ ସରକାରଙ୍କ ପାଇଁ ବିଳମ୍ବ ହେଉଛି ନିର୍ଭୟା ଦୋଷୀଙ୍କ ଫାଶୀ: ଭାଜପା

ନୂଆଦିଲ୍ଲୀ,୧୬।୧: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କଂଗ୍ରେସ ଓ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶିଖ୍‌ ଦଙ୍ଗା ସମୟରେ କଂଗ୍ରେସ ଦୋଷୀଙ୍କୁ ଦଣ୍ଡ ଦେବା ପରିବର୍ତ୍ତେ କୋହଳ ମନୋବୃତ୍ତି ପୋଷଣ କରିଥିଲା। ସେମିତି ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀଙ୍କୁ ଫାଶୀ ଦେବାରେ ବିଳମ୍ବକୁ ନେଇ ସେ ଏଏପି ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି ନିର୍ଭୟା ଗଣ ବଳାତ୍କାର ମାମଲା ଦେଶରେ ଚହଳ ସୃଷ୍ଟି କରିଥିବା ବେଳେ ଏପର୍ଯ୍ୟନ୍ତ ଏହି ମାମଲାର ଦୋଷୀଙ୍କୁ ଫାଶୀ ଦେବାରେ ବିଳମ୍ବ ହେବାର ମୁଖ୍ୟ କାରଣ ହେଉଛି ଏଏପି ସରକାରଙ୍କ ଖାମଖିଆଲି ମନୋଭାବ। ଉଚ୍ଚ ନ୍ୟାୟଳୟ ଏମାନଙ୍କ ଆବେଦନକୁ ୨୦୧୭ରେ ଖାରଜ କରିଦେବା ସହ ଫାଶୀ ଦଣ୍ଡାଦେଶ ଦେଇଥିଲେ। ଏହାପରେ ଜେଲ୍‌ ପ୍ରଶାସନ ଦୋଷୀଙ୍କୁ ଏକ ନୋଟିସ ଜାରି କରି କ୍ଷମା ଆବେଦନ ପାଇଁ କହିବା କଥା। ହେଲେ ଦୀର୍ଘ ପ୍ରାୟ ଅଢେଇ ବର୍ଷ ପର୍ଯ୍ୟନ୍ତ ଏହି ନୋଟିସ ଜାରି କରାଯାଇ ନ ଥିଲା। ଏହା କେବଳ ଦିଲ୍ଲୀ ସରକାରଙ୍କ ସହାନୁଭୂତି ପାଇଁ ହୋଇଛି ବୋଲି ଜାଭଡେକର କହିଛନ୍ତି। ତେଣୁ ଏହି ମାମାଲାର ଦୋଷୀଙ୍କୁ ଫାଶୀ ଦେବାରେ ବିଳମ୍ବ ହେବାର ମୁଖ୍ୟ କାରଣ ଏଏପି ସରକାର ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri