Posted inଜାତୀୟ

ଦିଲ୍ଲୀ ହିଂସା: ତାହିରଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ ଟିମ୍‌

ନୂଆଦିଲ୍ଲୀ,୨୮।୨: ସାମୂହିକ ଭାବେ ବହିଷ୍କୃତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ନେତା ତାହିର ହୁସେନଙ୍କ ଅଡ଼ୁଆ ଏବେ ବଢ଼ିବାରେ ଲାଗିଛି। ତାହିରଙ୍କ ବିରୋଧରେ ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସା ଉସୁକାଇବା ଅଭିଯୋଗ ହୋଇଛି। ଏନେଇ ଦୟାଲପୁର ଥାନାରେ ତାଙ୍କ ନାଁରେ ଏତଲା ରୁଜୁ କରାଯାଇଛି। ଏତଲା ରୁଜୁ ହେବା ପରେ ଦିଲ୍ଲୀର ଖଜୁରୀ ଅଞ୍ଚଳରେ ଥିବା ତାଙ୍କ ଘରକୁ ସିଲ୍‌ କରି ଦିଆଯାଇଥିବା ଜଣାପଡ଼ିଛି। ଅପରପକ୍ଷେ ଏହି ମାମଲାର ଯାଞ୍ଚ ପାଇଁ ଶୁକ୍ରବାର ତାହିରଙ୍କ ଘରେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ଆଇଟି ଟିମ୍‌ ଓ ଫରେନ୍‌ସିକ୍‌ ଟିମ୍‌ ପହଞ୍ଚି ଯାଞ୍ଚ କରିଛି। ସୁରକ୍ଷା ଦୃଷ୍ଟି ଏବଂ ପ୍ରମାଣ ପତ୍ରକୁ ନଷ୍ଟ ନ କରିବା ଉଦ୍ଦେଶ୍ୟରେ ଉକ୍ତ ବିଲ୍ଡିଂର ଆଖପାଖ ଅଞ୍ଚଳକୁ ସିଲ୍‌ କରିଦିଆଯାଇଛି। କୌଣସି ବ୍ୟକ୍ତିଙ୍କୁ ବିଲ୍ଡିଂ ପାଖକୁ ଯିବା ପାଇଁ ଅନୁମତି ଦିଆଯାଇନାହିଁ। ସୂଚନାଯୋଗ୍ୟ, ତାହିରଙ୍କ ବିରୋଧରେ ଉତ୍ତର-ପୂର୍ବ ଅଞ୍ଚଳରେ ହୋଇଥିବା ହିଂସାକୁ ଉସୁକାଇବା, ହତ୍ୟା କରିବା ଅଭିଯୋଗ ହୋଇଛି। ଗୁରୁବାର ହିଂସା ପରେ ସର୍ଚ୍ଚ ଅପରେଶନ୍‌ରେ ତାଙ୍କ ଘରୁ ପେଟ୍ରୋଲ ବମ୍‌, ପଥର ଓ ହିଂସା ପାଇଁ ବ୍ୟବହୃତ କିଛି ସାମଗ୍ରୀ ମିଳିଥିଲା। ତେବେ ଏହି ଅଭିଯୋଗ ଆସିବା ପରେ ଗୁରୁବାର ଏଏପି ତାଙ୍କୁ ସାମୂହିକ ଭାବେ ଦଳରୁ ବହିଷ୍କୃତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri