Posted inଖେଳ

ଦିଲ୍ଲୀ ୫ ଉଇକେଟରେ ବିଜୟୀ

ନୂଆଦିଲ୍ଲୀ,୨୧।୪(ପି.ଟି.)- ଆଇପିଏଲ୍‌ର ୩୭ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୨ଟି ବଲ ବାକିଥାଇ ୫ ଉଇକେଟରେ କିଙ୍ଗ୍ସ ଇଲେଭେନକୁ ପରାସ୍ତ କରିଛି। ସ୍ଥାନୀୟ ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ପଞ୍ଜାବ ୭ ଉଇକେଟ ହରାଇ ୧୬୩ ରନ ସଂଗ୍ରହ କରିଥିଲା। ଜବାବରେ ଦିଲ୍ଲୀ ୧୯.୪ ଓଭରରେ ୫ ଉଇକେଟ ହରାଇ ୧୬୬ ରନ କରି ବିଜୟୀ ହୋଇଛି। ମ୍ୟାଚ୍‌ ବିଜୟୀ ଇନିଂସ ଖେଳିଥିବା ଦିଲ୍ଲୀ ଅଧିନାୟକ ଶ୍ରେୟାସ ଆୟାର ପ୍ଲେୟାର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି।
୧୬୪ ରନ ଟାର୍ଗେଟର ପିଛା କରିଥିବା ଦିଲ୍ଲୀ ତରଫରୁ ଆୟାର ୪୯ ବଲରୁ ୫ ଚୌକା ଓ ୧ ଛକା ସହ ୫୮ ରନ ସଂଗ୍ରହ କରି ଅପରାଜିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଭିଜ୍ଞ ଶିଖର ଧାଓ୍ବନ ୪୧ ବଲରୁ ୭ ଚୌକା ଓ ୧ ଛକା ସହ ୫୬, ପୃଥ୍ବୀ ଶ ୧୩, କଲିନ୍‌ ଇନ୍‌ଗ୍ରାମ ୧୯, ରିଷଭ ପନ୍ତ ୬, ଅକ୍ଷର ପଟେଲ ୧ ରନ କରି ଆଉଟ ହୋଇଥିବା ବେଳେ ଶେରଫାନ ରଦରଫୋର୍ଡ ୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ପଞ୍ଜାବ ତରଫରୁ ହାର୍ଡୁସ ଭିଲଜୋଏନ ୨ ଓ ମହମ୍ମଦ ସାମି ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ଲୋକେଶ ରାହୁଲଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ରାହୁଲ ୧୨ ରନ କରି ଆଉଟ ହେବା ପରେ ମୟଙ୍କ ଅଗ୍ରଓ୍ବାଲ ୨ ରନ କରି ନିରାଶ କରିଥିଲେ। କ୍ରିସ୍‌ ଗେଲ ଓ ମନଦୀପ ସିଂଙ୍କୁ ବାଦ ଦେଲେ ଅନ୍ୟମାନେ ସଫଳ ହୋଇ ନ ଥିଲେ। ଗେଲ୍‌ ୩୭ ବଲରୁ ୬ ଚୌକା ଓ ୫ ଛକା ସହ ୬୯ ରନ, ଡେଭିଡ ମିଲର ୭, ସାମ କୁରାନ ବିନା ସ୍କୋରରେ ଆଉଟ ହୋଇଥିଲେ। ମନଦୀପ ସିଂ ୨୭ ବଲରୁ ୧ ଚୌକା ଓ ୧ ଛକା ସହ ୩୦ ରନ କରିଥିଲେ। ଅଧିନାୟକ ରବିଚନ୍ଦ୍ରନ ଅଶ୍ୱିନ ୧୬ ରନ କରି ଆଉଟ ହୋଇଥିଲେ। ହରପ୍ରୀତ ବ୍ରାର ୨୦ ଓ ହାର୍ଡୁସ ଭିଲଜୋଏନ ୍‌ ୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଲାମିଚେନ୍‌ ୩, ରାବାଡ଼ା ଓ ଅକ୍ଷର ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
କିଙ୍ଗ୍ସ ଇଲେଭେନ ପଞ୍ଜାବ ୨୦ ଓଭରରେ ୧୬୩/୭
(ଗେଲ୍‌- ୬୯, ମନଦୀପ- ୩୦, ହରପ୍ରୀତ- ୨୦*, ଲାମିଚେନ- ୩/ ୪୦, ରାବାଡ଼ା- ୨/୨୩, ଅକ୍ଷର- ୨୨)।
ଦିଲ୍ଲୀ କ୍ୟାପିଟାଲ୍ସ ୧୯.୪ ଓଭରରେ ୧୬୬/୫
(ଆୟାର- ୫୮*, ଧାଓ୍ବନ- ୫୬, ଭିଲଜୋଏନ- ୨/୩୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri