Posted inଖେଳ

ଦୀପକଙ୍କ ଟ୍ୟାଲେଣ୍ଟକୁ ୨୦୧୦ରେ ଚିହ୍ନଟ କରିଥିଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୩।୧୧- ପୂର୍ବତନ ଭାରତୀୟ ଟେଷ୍ଟ ଓପନର ଆକାଶ ଚୋପ୍ରା ବିନା ଦ୍ୱନ୍ଦ୍ୱରେ ଅନ୍ୟତମ ଲୋକପ୍ରିୟ କ୍ରିକେଟ ଭାଷ୍ୟକାର। ନିକଟରେ ହ୍ୟାଟ୍ରିକ ଉଇକେଟ ନେଇ ଚର୍ଚ୍ଚାକୁ ଆସିଥିବା ଦୀପକ ଚହରଙ୍କ ଟ୍ୟାଲେଣ୍ଟକୁ ପ୍ରଥମେ ଆକାଶ ଚିହ୍ନଟ କରିଥିଲେ। ଯେତେବେଳେ ଭାରତୀୟ ପେସ ବୋଲିଂ ଏତେ ଶକ୍ତିଶାଳୀ ନ ଥିଲାବେଳେ ଚୋପ୍ରା ଚହରଙ୍କ ଭବିଷ୍ୟତରେ ଷ୍ଟାର ହେବେ ବୋଲି ଭବିଷ୍ୟବାଣୀ କରିଥିଲେ। ୧୮ ବର୍ଷୀୟ ଦୀପକଙ୍କ ଟ୍ୟାଲେଣ୍ଟ ସମ୍ପର୍କରେ ପୁର୍ବତନ କ୍ରିକେଟର ଆକାଶ ୨୦୧୦ରେ ଟୁଇଟ୍‌ କରିଥିଲେ, ମୁଁ ରାଜସ୍ଥାନରେ ଜଣେ ପ୍ରତିଭାଶାଳୀ ଖେଳାଳିଙ୍କୁ ଦେଖିଛି। ଦୀପକ ଚହରଙ୍କ ନାମ ମନେ ରଖ। ଭବିଷ୍ୟତରେ ତାଙ୍କୁ ବହୁତ ଦେଖିବାକୁ ମିଳିବ। ଏବେକାର ଭାଷ୍ୟକାରଙ୍କ ଏହି ୯ ବର୍ଷ ପୂରୁଣା ଟୁଇଟ୍‌କୁ ଏବେ ଫ୍ୟାନମାନେ ପ୍ରଶଂସା କରୁଛନ୍ତି। ଉଲ୍ଲେଖଥାଉ କି, ୨୦୧୮ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଦୀପକ ଏବେ ଟି୨୦ ସ୍ପେଶାଲିଷ୍ଟ ବୋଲର ଭାବେ ନିଜକୁ ପ୍ରତିଷ୍ଠିତ କରିସାରିଛନ୍ତି। ଏପରି କି ଯଦି ଯଶପ୍ରୀତ ବୁମରା ଓ ଭୁବନେଶ୍ୱର କୁମାର ଆହତ ସମସ୍ୟାରୁ ଫେରିଲେ ମଧ୍ୟ ଦୀପକଙ୍କୁ ଚୂଡ଼ାନ୍ତ ଏକାଦଶରୁ ବାଦ୍‌ ଦେବା ଟିମ୍‌ ମ୍ୟାନେଜମେଣ୍ଟ ପାଇଁ କଷ୍ଟକର ହେବ। ଗତ ରବିବାର ବାଂଲାଦେଶ ବିପକ୍ଷ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ରେ ୭ ରନ୍‌ ବିନିୟମରେ ୬ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri