ଦୀପମୟ କପିଳାସ

ଢେଙ୍କାନାଳ ଅଫିସ, ୨୨।୨ – ପବିତ୍ର ଜାଗରଯାତ୍ରାକୁ ନେଇ ଶିବମୟ ହୋଇଉଠିଛି କପିଳାସ। ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଶିବ ପଞ୍ଚାକ୍ଷରୀ ମନ୍ତ୍ର, ଶିବ ସ୍ତୋତ୍ରରେ ପ୍ରକମ୍ପିତ ହୋଇଉଠିଥିଲା ସମଗ୍ର ପୀଠ ପରିସର। ଶିବ ଆରାଧନାରେ ଆବାଳବୃଦ୍ଧବନିତା ମଗ୍ନ ହୋଇଯାଇଥିବାବେଳେ କମିଯାଇଥିଲା ଭକ୍ତ ଆଉ ଭଗବାନଙ୍କ ମଧ୍ୟରେ ଦୂରତା।
ଚଳିତ ବର୍ଷ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଙ୍କ ଜାଗରଯାତ୍ରାରେ ସାମିଲ ହୋଇଥିଲେ ୩ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ। ମହାଦେବଙ୍କ ଚିତ୍ତାକର୍ଷକ ସୁନାବେଶ, ନାଗାଭରଣ ବେଶ ଏବଂ ମାତା ପାର୍ବତୀଙ୍କ ରାଜରାଜେଶ୍ୱରୀ ବେଶ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଲମ୍ବାଧାଡ଼ି ଲାଗିଥିଲା। ସନ୍ଧ୍ୟାରେ ବ୍ରତଧାରୀଙ୍କ ଦୀପ ପ୍ରଜ୍ୱଳନ ପରେ ଝଲସି ଉଠିଥିଲା ବନପାହାଡ଼ ଘେରା କପିଳାସ ମନ୍ଦିର। ହରହର ମହାଦେବ, ହୁଳହୁଳି, ହରିବୋଲ ନାଦରେ ସମଗ୍ର ଅଞ୍ଚଳରେ ସୃଷ୍ଟି ହୋଇଥିଲା ଆଧ୍ୟାତ୍ମିକ ପରିବେଶ।
ଅନ୍ୟପଟେ ଜାଗର ଯାତ୍ରା ଉପଲକ୍ଷେ ପ୍ରାତଃ ସମୟରୁ ମହାଦେବଙ୍କ ନୀତି ନିର୍ଦ୍ଧାରିତ ସମୟରେ ଶେଷ ହୋଇଥିଲା। ଏହାପରେ ସର୍ବସାଧାରଣଙ୍କ ଦର୍ଶନ ଲାଗି ଦ୍ୱାର ଫିଟା ଯାଇଥିଲା। ସନ୍ଧ୍ୟା ୬ଟାରେ ଆଳତି ଶେଷ ହେବା ପରେ ରାତି ୭ଟାରୁ ସାଢ଼େ ୮ଟା ମଧ୍ୟରେ ପ୍ରଥମ ଚାରିପୂଜା ଅନୁଷ୍ଠିତ ହୋଇଛି। ରାତି ସାଢ଼େ ୮ଟାରୁ ୧୦ମଧ୍ୟରେ ପୀଠ ପୁରୋଧାଙ୍କ ଚାରିପୂଜା ଶେଷ ହୋଇଛି। ଭୋର ୪ଟା ୨୦ରେ ମହାଦୀପ ମନ୍ଦିର ଚୂଡ଼ାକୁ ଉଠିବା କାର୍ଯ୍ୟକ୍ରମ ରହିଛି। ରାଜ ପରିବାର ପକ୍ଷରୁ ରାଜପୁରୋଧା ପଞ୍ଚାନନ ମିଶ୍ର ମହାପ୍ରଭୁଙ୍କୁ ପୂଜାର୍ଚ୍ଚନା କରିଥିଲେ। ଅନ୍ୟପଟେ ପୀଠକୁ ଯାଇଥିବା ବାରବାଙ୍କ ରାସ୍ତା, ପାହାଚ ରାସ୍ତାରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ନଜରରେ ରଖି ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସନ୍ଧ୍ୟା ପରେ ଘାଟି ରାସ୍ତାରେ ଭିଡ଼ ନିୟନ୍ତ୍ରଣ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।
ବିଧାୟକ ସୁଧୀର କୁମାର ସାମଲ, ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଏସ୍‌ପି ଅନୁପମା ଜେମ୍‌ସ, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର ପ୍ରମୁଖ ଠାକୁରଙ୍କ ନୀତିକାନ୍ତି ଏବଂ ଶୃଙ୍ଖଳା ତଦାରଖ କରିଥିଲେ। ଚଳିତ ବର୍ଷ ପୀଠରେ ୧୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri