ଦୀପାବଳିରେ ମା’ ଲକ୍ଷ୍ମୀଙ୍କ ସହିତ କରାଯାଏ ଗଣେଶଙ୍କ ପୂଜା

କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପାଳନ କରାଯାଇଥାଏ ଆନନ୍ଦ ଉଲ୍ଲାସର ପର୍ବ ଦୀପାବଳି। ଏହି ରାତିଟି ଅମା ଅନ୍ଧାକାର ହୋଇଥିଲେ ମଧ୍ୟ ଦୀପ ଆଲୋକରେ ସମଗ୍ର ଅଞ୍ଚଳ ହୋଇଥାଏ ଆଲୋକିତ। ପୌରାଣିକ କଥା ଅନୁସାରେ, ଦୀପାବଳିରେ ଧନ ସମ୍ପଦ ଏବଂ ଶାନ୍ତି ପାଇଁ ମା’ ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା କରାଯାଇଥାଏ। ଏଥିସହିତ ବିଘ୍ନ ବିନାଶକ ଗଣେଶଙ୍କୁ ମଧ୍ୟ ଆରାଧନା କରାଯାଏ। ଧାର୍ମିକ ମତରେ, ଏହି ଅମାବାସ୍ୟାରେ ସମୁଦ୍ର ମନ୍ଥନ ସମୟରେ ମା’ ଲକ୍ଷ୍ମୀ ଜନ୍ମ ନେଇଥିଲେ। ଏହି କାରଣରୁ ଅନେକ ସ୍ଥାନରେ ଆଜିର ଦିନଟିକୁ ମା’ ଲକ୍ଷ୍ମୀଙ୍କ ଜନ୍ମଦିବସ ଭାବରେ ପାଳନ କରାଯାଏ।

ଦୀପାବଳିରେ ମା’ ଲକ୍ଷ୍ମୀଙ୍କ ସହିତ କରାଯାଏ ଗଣେଶଙ୍କ ପୂଜା :

ଲକ୍ଷ୍ମୀଙ୍କୁ ଧନର ଦେବୀ କୁହାଯାଏ। ପୌରାଣିକ କଥା ଅନୁସାରେ, ଲକ୍ଷ୍ମୀଙ୍କ ଅଭିମାନ ଭାଙ୍ଗିବା ପାଇଁ ସ୍ବୟଂ ଭଗବାନ ବିଷ୍ଣୁ କହିଥିଲେ, ନାରୀ ସେତେବେଳେ ଯାଏ ପୂର୍ଣ୍ଣତା ପ୍ରାପ୍ତି କରନ୍ତି ନାହିଁ ଯେତେବେଳ ଯାଏ ସେ ମା’ ହୋଇ ନ ଥାନ୍ତି। ବିଷ୍ଣୁଙ୍କର ଏହି କଥା ଶୁଣି ମା’ ଲକ୍ଷ୍ମୀ ନିରାଶ ହୋଇଗଲେ। କାରଣ ତାଙ୍କର କୌଣସି ସନ୍ତାନ ନ ଥିଲେ। ଏହା ପରେ ମା’ ଲକ୍ଷ୍ମୀ ଦେବୀ ପାର୍ବତୀଙ୍କ ପାଖରେ ପହଞ୍ଚି ତାଙ୍କୁ ଏକ ପୁତ୍ର ଦେବା ପାଇଁ କହିଲେ।

ଲକ୍ଷ୍ମୀଙ୍କ ଦୁଃଖ ବୁଝିପାରି ମାତା ପାର୍ବତୀ ଗଣେଶ କାର୍ତ୍ତିକଙ୍କ ଦୁଇ ପୁତ୍ରଙ୍କ ମଧ୍ୟରୁ ଗଣେଶଙ୍କୁ ମା’ ଲକ୍ଷ୍ମୀଙ୍କୁ ଦେଇଦେଲେ। ଗଣେଶଙ୍କୁ ପାଇ ମା’ ଲକ୍ଷ୍ମୀ ପ୍ରସନ୍ନ ହୋଇଗଲେ। ତେଣୁ ସୁଖ ସମୃଦ୍ଧି ପାଇଁ ସର୍ବ ପ୍ରଥମେ ଗଣେଶଙ୍କୁ ପୂଜା କରାଯିବ ବୋଲି କହିଲେ। ଗଣେଶ ପ୍ରଥମେ ପୂଜା ପାଇଲେ ମୋ’ ପୂଜା ସମ୍ପୂର୍ଣ୍ଣ ହେବ ବୋଲି ମାତା ଲକ୍ଷ୍ମୀ କହିଥିଲେ। ଏହି କାରଣରୁ ଦୀପାବଳିରେ ମା’ ଲକ୍ଷ୍ମୀଙ୍କ ସହିତ ସିଦ୍ଧିଦାତା ଗଣେଶଙ୍କ ପୂଜା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri