ଦୀପାବଳି ପୂର୍ବରୁ ଘରୁ ବାହାର କରିଦିଅନ୍ତୁ ଏସବୁ ସାମଗ୍ରୀ, ପଡ଼ିବ ଲକ୍ଷ୍ମୀଙ୍କ କୃପାଦୃଷ୍ଟି

କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଇଥାଏ। ଏହି ଖାସ୍‌ ଉତ୍ସବରେ ମା’ ଲକ୍ଷ୍ମୀ ଏବଂ ଗଣେଶଙ୍କ ପୂଜା ସହିତ ପୂରା ଘରକୁ ଦୀପରେ ସଜା ଯାଇଥାଏ। କୁହାଯାଏ, ଏହିଦିନ ମା’ ଲକ୍ଷ୍ମୀ ଧରାପୃଷ୍ଠରେ ଅବତରଣ କରିଥାନ୍ତି। ତେଣୁ ଏହିଦିନ ଘରକୁ ସଫାସୁତରା ରଖିଲେ ମା’ଙ୍କ ଶୁଭଦୃଷ୍ଟି ପଡ଼ିଥାଏ ବୋଲି ଶାସ୍ତ୍ରରେ କୁହାଯାଇଛି।

ତେଣୁ ଘରେ ଥିବା ଭଙ୍ଗାଦଦରା ସାମଗ୍ରୀ ବାହାରକୁ ଫିଙ୍ଗି ଦେବା ଉଚିତ୍‌। କାରଣ ଏହା ଘରେ ନକରାତ୍ମକ ପ୍ରଭାବ ପକାଇଥାଏ। ଯେଉଁଥିପାଇଁ ଲକ୍ଷ୍ମୀଙ୍କ ଆଗମନ ହୋଇ ନ ଥାଏ। ଘରେ ଚିରା, ଫଟା, ଭଙ୍ଗା ଜିନିଷ ରହିଲେ ଲକ୍ଷ୍ମୀ କୋପ କରିଥାନ୍ତି ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ତେଣୁ ଦୀପାବଳିରେ ମା’ ଲକ୍ଷ୍ମୀଙ୍କୁ ଯଦି ସନ୍ତୁଷ୍ଟ କରିବାକୁ ଚାହୁଁଥାନ୍ତି ତେବେ କିଛି ଭଙ୍ଗା ଜିନିଷକୁ ଘରୁ ବାହାର କରିଦିଅନ୍ତୁ।

ଭଙ୍ଗା ବାସନ : ବାସ୍ତୁ ଅନୁସାରେ ଘରେ ଥିବା ଭଙ୍ଗାରୁଜା ବାସନକୁ ଏହିଦିନ ବାହାରକୁ ଫିଙ୍ଗି ଦିଅନ୍ତୁ।

ଭଙ୍ଗା କାଚ : ଭଙ୍ଗା କାଚ ଘରେ ରହିଲେ ଦୁର୍ଭାଗ୍ୟକୁ ଡାକି ଆଣିଥାଏ। ଏଥିପାଇଁ କାଚରେ ତିଆରି ହୋଇଥିବା ଝରକା, କବାଟ କିମ୍ବା ଅନ୍ୟାନ୍ୟ ସାମଗ୍ରୀକୁ ତୁରନ୍ତ ଘରୁ ହଟାଇ ଦିଅନ୍ତୁ।

ବନ୍ଦ ଘଣ୍ଟା : କୁହାଯାଏ, ବନ୍ଦ ଘଣ୍ଟା ଘରେ ଥିଲେ ପରିବାରର ଅମଙ୍ଗଳ ହୋଇଥାଏ। ଅର୍ଥାଭାବ ଦେଖାଦିଏ। ତେଣୁ ତୁରନ୍ତ ଏହାକୁ ପରିବର୍ତ୍ତନ କରନ୍ତୁ। ସେହିପର ଭଙ୍ଗା ମୂର୍ତ୍ତି, ଅଚଳ ଇଲେକ୍ଟ୍ରିକାଲ୍‌ ସାମଗ୍ରୀ ଆଦିକୁ ଘରକୁ ବାହାର କରିଦିଅନ୍ତୁ। ଦେଖିବେ ଲକ୍ଷ୍ମୀ ଆପଣଙ୍କ ସଦା ପ୍ରତି ପ୍ରସନ୍ନ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri