ଦୀପିକା, ସିନ୍ଧୁଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ ନିଜ ଅଭିନୟ ପାଇଁ ବେଶ୍‌ ପରିଚିତ। ଏହାସହ ସୋସିଆଲ ଇସ୍ୟୁକୁ ନେଇ ସେ ଖୋଲାଖୋଲି ଚର୍ଚ୍ଚା କରିଥାଆନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା #BharatKiLaxmi ଅଭିଯାନରେ ତାଙ୍କୁ ଦେଖିବାକୁ ମିଳିଛି। କେବଳ ଦୀପିକା ନୁହେଁ ଏଥିରେ ଟେନିସ୍‌ କୁଇନ୍‌ ପିଭି ସିନ୍ଧୁ ମଧ୍ୟ ନଜର ଆସିଛନ୍ତି। ଏହାର ଏକ ଭିଡିଓକୁ ମୋଦିଙ୍କ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ଉକ୍ତ ଭିଡିଓରେ ଦୀପିକା ଓ ସିନ୍ଧୁ ସମାଜସେବୀ ସିନ୍ଧୁତାଇ ସତ୍କାଲଙ୍କ ଉପରେ କହୁଛନ୍ତି। ସେମାନେ କହୁଛନ୍ତି, ଜଣେ ଲକ୍ଷ୍ମୀ ଘରେ ସୁଖ ଓ ସମୃଦ୍ଧି ଆଣିଥାଏ। ହେଲେ ସିନ୍ଧୁତାଇଙ୍କ ଭଳି ଲକ୍ଷ୍ମୀ ସାରା ଦେଶର ନାଁ ଗର୍ବିତ କରନ୍ତି। ତେଣୁ ଏଥରର ଦୀପାବଳି ଏମିତି ଲକ୍ଷ୍ମୀଙ୍କ ନାଁରେ ପାଳନ କରିବା ଉଚିତ୍‌। ଏହି ଭିଡିଓକୁ ଦେଖିବା ପରେ ମୋଦି ଦୀପିକା ଓ ସିନ୍ଧୁଙ୍କ ପ୍ରଶଂସା କରିଛନ୍ତି। କେବଳ ସେତିକି ନୁହେଁ ମୋଦି ଆହୁରି ମଧ୍ୟ ଅପିଲ କରିଛନ୍ତି, ଆପଣମାନଙ୍କ ଆଖପାଖରେ ଯଦି ଏମିତି କିଛି ମହିଳା ବା ବାଳିକା ଅଛନ୍ତି ଯେଉଁମାନେ ନିଜ ପରିଶ୍ରମ, ଚେଷ୍ଟା ଓ ବୁଦ୍ଧି ବଳରେ ପରିବାର, ସମାଜ ଓ ଦେଶର ନାଁ ରଖିଛନ୍ତି, ସେଭଳି ମହିଳା ବା ବାଳିକାଙ୍କ ଅସାଧାରଣ କାହାଣୀକୁ ସୋସିଆଲ ମିଡିଆରେ ଭାରତକିଲକ୍ଷ୍ମୀ ହ୍ୟାସଟ୍ୟାଗ (#BharatKiLaxmi) ସହ ଶେୟାର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri