Posted inଜାତୀୟ

ଦୀର୍ଘ ୪୯ବର୍ଷ ପରେ ସଂସଦରେ ବଜେଟ ଉପସ୍ଥାପନ କଲେ ଜଣେ ମହିଳା

ନୂଆଦିଲ୍ଲୀ, ୫।୭: ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ନିର୍ମଳା ସାତାରାମନ୍‌। ୧୯୭୦-୭୧ରେ ପ୍ରଧାନମନ୍ତ୍ରୀ ଥିବାବେଳେ ଇନ୍ଦିରା ଗାନ୍ଧୀ ନିଜ ପାଖରେ ଅର୍ଥ ମନ୍ତ୍ରଣାଳୟ ରଖିଥିଲେ। ଫଳରେ ସଂସଦରେ ତାଙ୍କୁ ବଜେଟ୍‌ ଉପସ୍ଥାପନ କରିବାକୁ ପଡିଥିଲା। ଦୀର୍ଘ ୪୯ ବର୍ଷ ପରେ ଦେଶର ପ୍ରଥମ ପୂର୍ଣ୍ଣକାଳୀନ ମହିଳା ଅର୍ଥମନ୍ତ୍ରୀ ଭାବେ ସଂସଦରେ ବଜେଟ୍‌ ଉପସ୍ଥାପନ କରୁଛନ୍ତି ନିର୍ମଳା। ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ନିର୍ମଳାଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। ପ୍ରଧାନମନ୍ତ୍ରୀ ଗଭୀର ଆସ୍ଥା ସ୍ଥାପନ ପୂର୍ବକ ତାଙ୍କୁ ଦ୍ୱିତୀୟଥର ସରକାରରେ ଅର୍ଥ ମନ୍ତ୍ରଣାଳୟର ଦାୟିତ୍ୱ ପ୍ରଦାନ କରିଛନ୍ତି।
ନିର୍ମଳାଙ୍କ ଜନ୍ମ ୧୮ ଅଗଷ୍ଟ ୧୯୫୯ରେ ତାମିଲନାଡୁର ଏକ ସାଧାରଣ ପରିବାରରେ ହୋଇଥିଲା। ତାଙ୍କ ପିତା ରେଳବାଇର କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ଓ ମାଆ ଥିଲେ ଗୃହିଣୀ। ବାପାଙ୍କ ଚାକିରିରେ ବାରମ୍ବାର ବଦଳି ହେଉଥିବାରୁ ସେ ତାମିଲନାଡୁର ବିଭିନ୍ନ ସହରରେ ରହିବାର ସୁଯୋଗ ପାଇଥିଲେ। ନିର୍ମଳା ତାମିଲନାଡୁର ତିରୁଚିରାପଲିରେ ପ୍ରାଥମିକ ଶିକ୍ଷା ଗ୍ରହଣ କରିଥିଲେ। ସେ ଅର୍ଥଶାସ୍ତ୍ରରେ ସ୍ନାତକ କରିଛନ୍ତି। ଏହାପରେ ସେ ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ବବିଦ୍ୟାଳୟରେ ସ୍ନାତକୋତ୍ତର ପଢ଼ିଥିଲେ। ପରେ ସେ ଇଣ୍ଡୋ-ୟୁରୋପିଆନ ଟେକ୍ସଟାଇଲ ଟ୍ରେଡ଼ ବିଷୟରେ ପିଏଚଡି ହାସଲ କରିଥିଲେ। ୨୦୦୮ ମସିହାରେ ସେ ଭାଜପାରେ ଯୋଗ ଦେବାସହ ରାଜନୀତିକ ଜୀବନ ଆରମ୍ଭ କରିଥିଲେ। ଏହାର ଦୁଇବର୍ଷ ପରେ ସେ ବିଜେପିର ମୁଖପାତ୍ର ହେଲେ। ୨୬ ମେ ୨୦୧୪ରେ ମୋଦୀ ସରକାରରେ ରାଷ୍ଟ୍ରମନ୍ତ୍ରୀ ହୋଇଥିବାବେଳେ ୩ ଡିସେମ୍ବର ୨୦୧୭ରେ ତାଙ୍କୁ ପ୍ରତିରକ୍ଷା ମନ୍ତ୍ରୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri