ଦୁଃଖକୁ ଦ୍ୱିଗୁଣିତ କରିଛି ତବ୍‌ଲିଘି ଜମାତ୍‌

ନୂଆଦିଲ୍ଲୀ, ୬ା୪: ଦେଶରେ କରୋନା ଦୁଃଖକୁ ଦ୍ୱିଗୁଣିତ କରିଛି ତବଲିଘି ଜମାତ୍‌। ନୂଆଦିଲ୍ଲୀର ନିଜାମୁଦ୍ଦିନ ସେଣ୍ଟରେ ଆୟୋଜିତ ଏହି ଧର୍ମସଭାରେ ଯୋଗଦେଇଥିବା ଜମାତ୍‌ ସଦସ୍ୟଙ୍କ ଯୋଗୁ ଭାରତରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ଦୁଇଗୁଣ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ ରବିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଶନିବାର ୪୭୨ଟି ନୂଆ କୋଭିଡ୍‌-୧୯ ମାମଲା ସାମ୍ନାକୁ ଆସିଥିଲା। ସଂକ୍ରମିତଙ୍କ ସଂଖ୍ୟା ୩,୩୭୪ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୭୯ରେ ପହଞ୍ଚତ୍ଥିଲା। ୨୬୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ତବଲିଘି ଜମାତ୍‌ ଧର୍ମସଭା ଆୟୋଜିତ ହୋଇ ନ ଥିଲେ ବର୍ତ୍ତମାନ ଏହି ଟ୍ରେଣ୍ଡ ଅଧାରେ ଥାଆନ୍ତା।

ବେଆଇନ ଘୋଷଣା ଦାବିକଲା ଭିଏଚ୍‌ପି
ଦେଶରେ କୋଭିଡ୍‌-୧୯ ସଂକ୍ରମଣର ହଟ୍‌ସ୍ପଟ ପାଲଟିଥିବା ତବ୍‌ଲିଘି ଜମାତ ଓ ଏହାର ନିଜାମୁଦ୍ଦିନ ମର୍‌କଜକୁ ତୁରନ୍ତ ବେଆଇନ ଘୋଷଣା କରିବା ଲାଗି ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଦାବି କରାଯାଇଛି। ଦିଲ୍ଲୀର ନିଜାମୁଦ୍ଦିନ ଓ୍ବେଷ୍ଟରେ ଥିବା ମର୍‌କଜରେ ଗତମାସରେ ଅନୁଷ୍ଠିତ ଧର୍ମସଭାରେ ଯୋଗଦେଇଥିବା ଶହ ଶହ ଲୋକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତବଲିଘି ଜମାତରେ ଭାଗ ନେଇଥିବା ଅଧିକାଂଶ ବ୍ୟକ୍ତି ଦେଶରେ ଏହି ଭୂତାଣୁ ସଂକ୍ରମଣର ମାଧ୍ୟମ ପାଲଟିଛନ୍ତି। ସେଥିପାଇଁ ଉକ୍ତ ସଂଗଠନକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବା ସହ ଏହାର ସମସ୍ତ ବ୍ୟାଙ୍କ ଆକାଉଣ୍ଟକୁ ବନ୍ଦ କରିଦେବା ଲାଗି ଭିଏଚ୍‌ପି ଯୁଗ୍ମ ସାଧାରଣ ସମ୍ପାଦକ ସୁରେନ୍ଦ୍ର ଜୈନ କହିଛନ୍ତି। ଏହି ସଂଗଠନ ଦେଶରେ ଇସ୍‌ଲାମିକ୍‌ ମୌଳବାଦ ଓ ଆତଙ୍କବାଦର ପ୍ରସାର କରୁଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri