Posted inଜାତୀୟ

ଦୁଇଗୁଣ ହେବ ହସ୍ପିଟାଲାଇଜେଶନ

ନୂଆଦିଲ୍ଲୀ,୧୧।୧(ପି.ଟି.):ଦେଶରେ କୋଭିଡ୍‌ ସଂକ୍ରମଣ ଯେଉଁ ହାରରେ ବଢ଼ୁଛି ଦ୍ୱିତୀୟ ଲହର ତୁଳନାରେ ତୃତୀୟ ଲହରରେ ୨ଗୁଣ ଆକ୍ରାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇପାରନ୍ତି ବୋଲି କେନ୍ଦ୍ର ସରକାର ସତର୍କ କରାଇଛନ୍ତି। ଦ୍ୱିତୀୟ ଲହରର ପ୍ରତି ୧୦୦ ଡେଲ୍ଟା ମାମଲା ସ୍ଥାନରେ ୪୦୦ରୁ ୫୦୦ ଓମିକ୍ରନ୍‌ ମାମଲା ହୋଇପାରେ। ତେଣୁ ଦ୍ୱିତୀୟ ଲହରରେ ଯେଉଁଠି ୧୦୦ ଜଣ ହସ୍ପିଟାଲରେ ଭର୍ତ୍ତି ହେଉଥିଲେ, ତୃତୀୟ ଲହରରେ ସେଠାରେ ୧୨୫ରୁ ୨୫୦ ରୋଗୀ ଭର୍ତ୍ତି ହେବେ ବୋଲି ତଥ୍ୟରୁ ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ସକ୍ରିୟ ମାମଲାର ୫ରୁ ୧୦ ପ୍ରତିଶତ ହସ୍ପିଟାଲରେ ଭର୍ତ୍ତି ହେବା ଆବଶ୍ୟକ ପଡୁଛି। ତେବେ ଖୁବ୍‌ଶୀଘ୍ର ସ୍ଥିତିରେ ଦ୍ରୁତ ପରିବର୍ତ୍ତନ ଆସିପାରେ ବୋଲି କେନ୍ଦ୍ର ସରକାର କହିଛନ୍ତି। କୋଭିଡ୍‌ର ଦ୍ୱିତୀୟ ଲହର ବେଳେ ସକ୍ରିୟ ମାମଲାର ୨୦ରୁ ୨୩ ପ୍ରତିଶତଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡ଼ୁଥିଲା ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି। କୋଭିଡ୍‌ ପରିଚାଳନା ଲାଗି ସ୍ବାସ୍ଥ୍ୟସେବା କର୍ମଚାରୀ ସଂଖ୍ୟା ବଢ଼ାଇବା ଉପରେ ସ୍ବାସ୍ଥ୍ୟ ସଚିବ ଜୋର୍‌ ଦେଇଛନ୍ତି। ସ୍ଥିତି ଗତିଶୀଳ ଓ ପରିବର୍ତ୍ତନଶୀଳ ରହିଥିବାରୁ ଆଗାମୀ ଦିନରେ ଅଧିକ ସଂକ୍ରମିତଙ୍କୁ ହସ୍ପିଟାଲରେ ଭର୍ତ୍ତିହେବାକୁ ପଡ଼ିପାରେ। ସେଥିପାଇଁ ସକ୍ରିୟ ମାମଲା, ହୋମ୍‌ ଆଇସୋଲେଶନରେ ଥିବା ମାମଲା, ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସଂକ୍ରମିତ , ଅକ୍ସିଜେନ୍‌ ବେଡ୍‌, ଆଇସିୟୁ ବେଡ୍‌ ଏବଂ ଭେଣ୍ଟିଲେଟର ସପୋର୍ଟ ଆଦି ଉପରେ ଦୈନନ୍ଦିନ ନଜର ରଖିବା ଲାଗି ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକକୁ ପରାମର୍ଶ ଦିଆଯାଇଛି। ଏମ୍‌ବିବିଏସ୍‌ ଶେଷବର୍ଷ ଛାତ୍ରୀଛାତ୍ର, ଇଣ୍ଟର୍ନ, ରେସିଡେଣ୍ଟ ଡାକ୍ତର, ବିଏସ୍‌ସି ନର୍ସିଂ ତୃତୀୟ ଓ ଚତୁର୍ଥ ବର୍ଷ ଛାତ୍ରୀ ଏବଂ ଏମ୍‌ସସ୍‌ସି ନର୍ସିଂ ଛାତ୍ରୀମାନଙ୍କୁ ଚିକିତ୍ସାରେ ଲଗାଇବା ଲାଗି ରାଜ୍ୟଗୁଡ଼ିକୁ ପରାମର୍ଶ ଦିଆଯାଇଛି। ସେହିପରି ଅସ୍ଥାୟୀ ହସ୍ପିଟାଲ, ଫିଲ୍ଡ ହସ୍ପିଟାଲ ଖୋଲିବା ସହ ଅକ୍ସିଜେନ୍‌ ବେଡ୍‌ ଏବଂ ଆଇସିୟୁ ବେଡ୍‌ ବଢ଼ାଇବାକୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?