ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ହୋଟେଲର ସମସ୍ତ ଆସବାବପତ୍ର

ବ୍ରହ୍ମପୁର ଅଫିସ, ୧୮।୯: ବ୍ରହ୍ମପୁର ସହରର ୨ଟି ସ୍ଥାନରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ଆଶୁତୋଷ ହସ୍ପିଟାଲ ନିକଟରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟଦେଇ ଯାଇଥିବା ଓରଟେଲ୍‌ ତାରରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ତାର ଜଳିଯିବା ସହ ସେଟ୍‌ଅପ୍‌ ବକ୍ସ ଜଳିଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସେହିପରି ରାତି ପ୍ରାୟ ସାଢ଼େ ୧୧ଟାରେ ପୁରୁଣା ବସ୍‌ଷ୍ଟାଣ୍ଡ ନିକଟ କେ.କେ. କମଲେକ୍ସ ସମ୍ମୁଖରେ ଥିବା ଏକ ଜଳଖିଆ ଦୋକାନରେ ଅଗ୍ନିକାଣ୍ଡ ଘଟିଥିଲା । ଏ ନେଇ ଦୋକାନ ମାଲିକ ଟିକିନା ସାହୁ ଅଗ୍ନିଶମ ବିଭାଗ ଓ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ୨ଟି ୱାଟର ଟ୍ୟାଙ୍କ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦୋକାନ ଭିତରେ ଥିବା ଅଟା, ବିରି, ବେସନ, ମଇଦା, ଗ୍ରାଇଣ୍ଡର ମେଶିନ ସମେତ ଅନ୍ୟାନ୍ୟ ଆସବାବପତ୍ର ଅଗ୍ନିକାଣ୍ଡରେ ପୋଡିଯାଇଛି। ତେବେ ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଷ୍ଟେଶନ ଅଫିସର ଉଗ୍ରସେନ ସାଇ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri