ଦୁଇଦିନ ପରେ ‘ଫନୀ’କୁ ପୁରିବ ବର୍ଷେ: ଏବେ ଯାଏ ଭରିନାହିଁ କ୍ଷତ

ଭୁବନେଶ୍ୱର,୧।୫(ବ୍ୟୁରୋ): ବାତ୍ୟା ‘ଫନୀ’କୁ ବର୍ଷେ ପୁରିବାକୁ ଆଉ ଦୁଇ ଦିନ ବାକି। ୨୦୧୯ ମେ’ ୩ ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହୋଇଥିଲା ଏହି ସାମୁଦ୍ରିକ ଝଡ଼। ବିଗତ ଦୁଇ ଦଶନ୍ଧି ମଧ୍ୟରେ ଦେଖାଯାଇଥିବା ପ୍ରାକୃତିକ ବିପର୍ଯ୍ୟୟଗୁଡ଼ିକ ମଧ୍ୟରୁ ‘ଫନୀ’ ବ୍ୟାପକ କ୍ଷତି କରିଥିଲା। ଏହାଦ୍ୱାରା ଉପକୂଳ ଓଡ଼ିଶାରେ ନାହିଁ ନ ଥିବା କ୍ଷୟକ୍ଷତି ହୋଇଥିଲା। ବିଶେଷକରି ଅଞ୍ଚଳଗୁଡ଼ିକରେ କଚ୍ଚାଘର ଭାଙ୍ଗି ଯାଇଥିବା ବେଳେ ରାସ୍ତାଘାଟ, ବିଦ୍ୟୁତ୍‌ ସେବା, ଏଟିଏମ୍‌, ମୋବାଇଲ, ପେଟ୍ରୋଲ ପମ୍ପ ସବୁକିଛି ଅଚଳ ହୋଇପଡ଼ିଥିଲା।

ପ୍ରଥମେ ତାମିଲନାଡ଼ୁ ଉପକୂଳରେ ‘ଫନୀ’ ମାଡ଼ ହେବ ବୋଲି କୁହାଯାଉଥିବା ବେଳେ ପରେ ଏହା ଗତିପଥ ବଦଳାଇଥିଲା। ଶେଷରେ ଏହା ଓଡ଼ିଶା ଉପକୂଳ ପୁରୀରେ ଲ୍ୟାଣ୍ଡଫଲ କରିଥିଲା। ଫଳରେ ପୁରୀ ବାତ୍ୟାଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ଜିଲା ହୋଇଥିଲା। ଏହାର ପ୍ରଭାବରେ ୬୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫.୫୬ ଲକ୍ଷ ଘର ଭାଙ୍ଗିଯାଇଥିଲା। ସେହିଭଳି ୧,୪୮,୬୬୩ ହେକ୍ଟର ଚାଷଜମି ପ୍ରଭାବିତ ହୋଇଥିଲା। ୫ ସହରରେ ୧ ଲକ୍ଷ ୭୩ହଜାର ୯୫୭ ଗଛ ନଷ୍ଟ ହୋଇଥିଲା। ଏସବୁ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ପ୍ରଚେଷ୍ଟା ଯୋଗୁ ୧୨ ଲକ୍ଷ ଲୋକଙ୍କୁ ଉଦ୍ଧାର କରାଯାଇଥିଲା।

ଦୁଇ ଦିନ ପରେ ‘ଫନୀ’କୁ ବର୍ଷେ ପୁରିବାକୁ ଯାଉଥିଲେ ହେଁ ଏଯାଏ ସେ ଦେଇଯାଇଥିବା କ୍ଷତ ପୁରିନାହିଁ। ଏଥିଯୋଗୁ ଉପକୂଳ ଓଡ଼ିଶା ବିବର୍ଣ୍ଣ ହୋଇଯାଇଥିବା ବେଳେ ଲୋକମାନେ ଅଣ୍ଟା ସଳଖି ପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri