ଦୁଇଦିନ ପ୍ରବଳ ବର୍ଷା : ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର, ୧୨ା୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ସୋମବାର ସକାଳେ ଏହା ଲଘୁଚାପର ରୂପ ନେବ। ପ୍ରଭାବରେ ରବିବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ବାରିପଦା, ବଲାଙ୍ଗୀର, ଦେବଗଡ଼ ସମେତ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ହୋଇଛି। ଚାନ୍ଦବାଲିରେ ସର୍ବାଧିକ ୪୨ ମିଲିମିଟର ବର୍ଷା ହୋଇଥିବାବେଳେ ଝାରସୁଗୁଡ଼ାରେ ୧୭ ମିମି, ବାଲେଶ୍ୱରରେ ୯ ମିମି, ସୋନପୁରରେ ୩ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ସୋମବାର ଓ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ପୂର୍ବରୁ ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ଫେରି ଆସିବାକୁ କୁହାଯାଇଛି।
ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବରଗଡ଼ ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ମାଲକାନଗିରି, ରାୟଗଡ଼ା, ଢେଙ୍କାନାଳ ଓ ଅନୁଗୋଳ ସମେତ ଉପକୂଳ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଜୁନ୍‌-ଜୁଲାଇ ମାସର ନିଅଣ୍ଟିଆ ବର୍ଷା ଭରଣା ହେବ। ପଶ୍ଚିମ ଓଡ଼ିଶା ତଥା ହୀରାକୁଦର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବ। ତେବେ ଉତ୍ତର ଓଡ଼ିଶାରେ ଲଗାତର ତିନିଦିନ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏଠାରେ ସଙ୍ଗିନ ସ୍ଥିତି ଉପୁଜିପାରେ। ୧୩ରୁ ରାଜ୍ୟରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି।
ହୀରାକୁଦରେ ଜଳସ୍ତର ବୃଦ୍ଧି
ଅନ୍ୟପକ୍ଷରେ ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଏହାର ଜଳସ୍ତର ୬୧୩.୫୨ ଫୁଟ୍‌ରେ ପହଞ୍ଚତ୍ଛି। ଡ୍ୟାମ୍‌କୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୬ ହଜାର ୬୮୬ ଘନଫୁଟ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମ୍‌ରୁ ପ୍ରତି ସେକେଣ୍ଡରେ ୧୪ ହଜାର ୨୮୦ ଘନଫୁଟ ଜଳ ନିଷ୍କାସନ ହେଉଛି। ଆସନ୍ତା ୧୪ ତାରିଖରେ ହୀରାକୁଦ ଡ୍ୟାମ୍‌ର ପ୍ରଥମ ବନ୍ୟାଜଳ ଦିନ ୧୧ଟା ପରେ ଯେକୌଣସି ସମୟରେ ନିଷ୍କାସନ ହେବ। ବର୍ଷା ପରିମାଣ ଓ ସ୍ଥିତି ଦେଖି କେତୋଟି ଗେଟ୍‌ ଖୋଲାଯିବ ତାହା ଉକ୍ତ ଦିନ ହିଁ ସ୍ଥିର ହେବ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଯୋଦ୍ଧାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: କରୋନା ଚିକିତ୍ସା ବେଳେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦ ଲକ୍ଷ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ କାର୍ଯ୍ୟକରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ବଡ଼ ଘୋଷଣା...

ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

ପଟ୍ଟାମୁଣ୍ଡାଇ,୩୧।୭(ଡି.ଏନ୍‌.ଏ.): ସୋମବାର ଅର୍ଥାତ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ଋଷିକୁଲ୍ୟାରୁ ଜଳ ଯୋଗାଣ ବନ୍ଦ:  ୫ ଦିନ ହେଲା ମିଳୁନି ପିଇବା ପାଣି

ବ୍ରହ୍ମପୁର ଅଫିସ,୨୪ା୭: ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ଅଦୂରଦର୍ଶିତା ଯୋଗୁ ବ୍ରହ୍ମପୁର ସହରରେ ଶ୍ରାବଣ ମାସରେ ମଧ୍ୟ ଉତ୍କଟ ପାନୀୟ ଜଳ ସମସ୍ୟା ସୃଷ୍ଟି ହୋଇଛି। ଗୋଟିଏ...

କ୍ୟାପିଟାଲ ହସ୍ପିଟାଲରେ ପୋଲିସକୁ ମାଡ଼ ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ବୁଧବାର ରାତିରେ କାର୍ଯ୍ୟରତ ୪ଜଣ ପୋଲିସ କର୍ମଚାରୀଙ୍କୁ ପ୍ରାୟ ୧୦ଜଣ ଯୁବକ ମାଡ଼ ମାରିଥିଲେ। ଏହି ଘଟଣାର ଦୃଶ୍ୟ ସିସିଟିଭି ଫୁଟେଜରେ...

୧୦ ଗେଟ୍‌ରୁ ଜଳ ନିଷ୍କାସନ

ସମ୍ବଲପୁର,୧୧ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରିରହିଥିବାରୁ ଛତିଶଗଡ଼ କଲମା ବ୍ୟାରେଜର ସମସ୍ତ ୬୬ ଗେଟ୍‌ ଖୋଲି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ଆସନ୍ତା ୨୪ରୁ ୩୬...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪୩୬କୁ ବୃଦ୍ଧି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୪୩ କରୋନା ଆକ୍ରାନ୍ତ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି...

ପୁଣି ବିବାଦରେ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ: ସେମିଷ୍ଟର ପରୀକ୍ଷାଫଳରେ ତ୍ରୁଟି ଅଭିଯୋଗ

ବ୍ରହ୍ମପୁର ଅଫିସ,୧୯ା୬-ପରୀକ୍ଷା ପରିଚାଳନା ଏବଂ ଖାତା ମୂଲ୍ୟାୟାନକୁ ନେଇ ପୁଣି ଥରେ ବିବାଦକୁ ଆସିଛି ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ। ଶେଷ ସେମିଷ୍ଟର ପରୀକ୍ଷାଖାତା ଦେଖାରେ ତ୍ରୁଟି ହୋଇଥିବା...

ଶ୍ରୀମନ୍ଦିର ସହ ସମ୍ପୃକ୍ତ ୨୩ ଜଣ କରୋନା ପଜିଟିଭ

ପୁରୀ ଅଫିସ, ୧୩।୪: ପୁରୀ ଜିଲାରେ ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ଜିଲାରୁ ୫୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶ୍ରୀମନ୍ଦିରର ୨୩...

Advertisement
Archives

Model This Week