ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୨(ବ୍ୟୁରୋ): ଝାଡଖଣ୍ଡ ଏବଂ ଓଡିଶା ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲା, କଳାହାଣ୍ଡି, ଗଜପତି, ରାୟଗଡା, କୋରାପୁଟ, ବଲାଙ୍ଗୀର, ନୟାଗଡ, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଜିଲାର ଅଳ୍ପ କେତେକ ସ୍ଥାନରେ ଏବଂ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୋମବାର ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ରାୟଗଡା, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଆଦି ଜିଲାର କେତେକ ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଆଦି ଜିଲାର କେତେକ ସ୍ଥାନରେ ଘନ କୁହୁଡି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଆକାଶ ମେଘୁଆ ରହିଥିବାରୁ ସର୍ବନିମ୍ନ ତାପମାତ୍ରା ୧୦ରୁ ୨୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଛି। ସର୍ବୋଚ୍ଚ ତାପମାତ୍ରା ବଢୁ ନ ଥିଲେ ମଧ୍ୟ ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri