ଦୁଇବର୍ଷର ଶିଶୁପୁତ୍ରକୁ ଶେଯରେ ଶୁଆଇ ଜୀବନ ହାରିଲେ ଶିକ୍ଷୟିତ୍ରୀ

କେନ୍ଦୁଝର,୧୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଓସ୍ତପଙ୍ଗା ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ରହୁଥିବା ଭଡ଼ା ଘରେ ରଶି ଲଗାଇ ଆତ୍ମହତ୍ୟା କରିବା ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଶିକ୍ଷୟିତ୍ରୀ ଜଣକ ଭଦ୍ରକ ଜିଲା ବାସୁଦେବପୁର ଥାନା ସାବରଙ୍ଗ ଗ୍ରାମର ବିନତୀ ସାହୁ ବୋଲି ଜଣାପଡ଼ିଛି। ସେ କିଛିବର୍ଷ ତଳେ ବିବାହ କରିଥିଲେ। ସ୍ବାମୀ ପ୍ରୀତିମାନ ଗିରି ଭୁବନେଶ୍ୱରରେ ରହି କାମ କରନ୍ତି। ଏବେ ଦିଲ୍ଲୀ ଟ୍ରେନିଂରେ ଯାଇଥିବା ଜଣାପଡ଼ିଛି। ତାଙ୍କର ଦୁଇ ବର୍ଷର ଏକ ପୁଅ ଅଛି। ଶିକ୍ଷୟିତ୍ରୀ ଜଣକ ଏହି ଛୋଟ ପିଲାଟିକୁ ଶୁଆଇ ଆତ୍ମହତ୍ୟା କରିଥିଲେ। ତେବେ କାରଣ ଜଣା ପଡ଼ିନାହିଁ। ପୋଲିସ ଖବର ପାଇ ରବିବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
ପୋଲିସ ସୂଚନା ଅନୁଯାୟୀ, ଶନିବାର ତାଙ୍କ ସ୍ବାମୀ ପ୍ରୀତିମାନ ଶିକ୍ଷୟିତ୍ରୀଙ୍କୁ ଫୋନ୍‌ କରିଥିଲେ। ମାତ୍ର ସେ ଉଠାଇ ନ ଥିଲେ। ଫୋନ୍‌ ନ ଉଠାଇବାରୁ ସେ ପଡ଼ୋଶୀ ଘରେ ରହୁଥିବା ଅନ୍ୟ ଜଣେ ଶିକ୍ଷୟିତ୍ରୀଙ୍କୁ ଜଣାଇଥିଲେ। ସେମାନେ ଯାଇ କବାଟ ବାଡ଼େଇ ଥିଲେ ହେଁ ନ ଖୋଲିବାରୁ ଝରକା ପଟେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ। ଏନେଇ ପ୍ରୀତିମାନଙ୍କୁ ସୂଚନା ଦେବା ସହ ପୋଲିସକୁ ଜଣାଇଥିଲେ। ପାଖରେ ଶିଶୁ କମ୍ବଳରେ ଘୋଡ଼ାଇ ହୋଇ ଶୋଇଥିବା ଦେଖିବାକୁ ମିଳିଥିଲା। ଏନେଇ ପଣ୍ଡାପଡ଼ା ଥାନା ଅଧିକାରିଣୀ ପଦ୍ମାଳୟା ସାହୁ କହିଛନ୍ତି, ଘରେ ମା’-ପୁଅ ରହୁଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri