ଦୁଇମାସ ହେଲା ଅନ୍ଧାରରେ ୨ ଗାଁ

ନୂଆଗାଁ,୩୦।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ପ୍ରତି ଗାଁରେ ବିଭିନ୍ନ ସମସ୍ୟା ଲାଗି ରହିଥିବା ବେଳେ ଅଠରଗଣ୍ଡା ଓ କୁଟିବାରୀ ଗ୍ରାମର ସମସ୍ୟା ବଢିବାରେ ଲାଗିଛି । ପ୍ରାୟ ଦୁଇ ମାସ ହେଲା ଦୁଇ ଗ୍ରାମର ଲୋକେ ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ଅଛନ୍ତି । ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଗୁହାରି କରିବା ପରେ କୌଣସି ସୁଫଳ ନ ମିଳିବାରୁ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବା ପାଇଁ ସେମାନେ ସଜବାଜ ହେଉଛନ୍ତି।
ଜାକେଡା ପଞ୍ଚାୟତର ଅଠରଗଣ୍ଡା ଗ୍ରାମରେ ୩୦ ପରିବାର ବସବାସ କରୁଥିବା ବେଳେ କୁଟିବାରୀ ଗ୍ରାମରେ ୧୫ ପରିବାର ରହୁଛନ୍ତି। ଦୁଇଟି ଗ୍ରାମରେ ୧୫୦ରୁ ଊର୍ଦ୍ଧ୍ୱ ଲୋକ ରହୁଥିବା ବେଳେ ସେମାନଙ୍କ ଯାତାୟାତ ପାଇଁ ସବୁଦିନିଆ ରାସ୍ତାଟିଏ ନାହିଁ । ଫଳରେ ଲୋକମାନେ ବର୍ଷାଦିନେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ଏପରିକି ପିଲାମାନେ ପାଠ ପଢିବା ପାଇଁ ସ୍କୁଲକୁ ମଧ୍ୟ ଯାଇ ପାରନ୍ତି ନାହିଁ । ଗାଡିମୋଟର ଯିବା ସମ୍ଭବ ହେଉ ନ ଥିବାରୁ କୌଣସି ଲୋକ ରୋଗରେ ପଡିଲେ ଖଟିଆରେ ବୁହାହୋଇ ଡାକ୍ତରଖାନା ନିଆଯାଇଥାଏ। ସେହିପରି ଦୁଇଗ୍ରାମର ଲୋକଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କ ପାଇଁ ଦୁଇଟି ଟ୍ରାନ୍ସଫର୍ମର ବସାଯାଇ ବିଦ୍ୟୁତ୍‌ ସେବା ଯୋଗାଇ ଦିଆଯାଇଥିଲା । କିନ୍ତୁ ଗତ ଦୁଇ ମାସ ହେଲା ତାହା ସମ୍ପୂର୍ଣ୍ଣ ଅଚଳ ହୋଇ ପଡିଛି । ଫଳରେ ୨ଟି ଗ୍ରାମ ସମ୍ପୂର୍ଣ୍ଣ ଅନ୍ଧାର ହୋଇ ରହିଛି। ଗ୍ରାମବାସୀ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବର୍ଷାଦିନ ହୋଇଥିବାରୁ ଲୋକମାନେ ବେଶି ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି । ଏହି ସମସ୍ୟା ନେଇ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରାଯାଉଥିଲେ ମଧ୍ୟ ଏଥିପ୍ରତି କେହି ଦୃଷ୍ଟି ଦେଉ ନ ଥିବା କୁହନ୍ତି କୁଟିବାରୀ ଓ୍ବାର୍ଡମେମ୍ବର ସଂସାରୀ ଜାନି, ଗ୍ରାମ ସଭାପତି ସୂର୍ଯ୍ୟମଣି ଜାନୀ, ଶିବରାମ ପ୍ରଧାନ, ଅଖିଳ ନାୟକ, ନିରାକାର ନାୟକ ପ୍ରମୁଖ ଗ୍ରାମବାସୀ । ଯଥାଶୀଘ୍ର ବିଦ୍ୟୁତ୍‌ ସମସ୍ୟା ସମାଧାନ କରା ନ ଗଲେ ଗ୍ରାମବାସୀ ବିଦ୍ୟୁତ୍‌ ଅଫିସ ସମ୍ମୁଖରେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି । ଏ ନେଇ ସେସୁ କନିଷ୍ଠ ଯନ୍ତ୍ରୀ ଶ୍ରୀନିବାସ ରାଓଙ୍କୁ ପଚାରିବାରୁ ସେ କହିଥିଲେ ଟ୍ରାନ୍ସଫର୍ମର ଖରାପ ଥିବା ଖବର ପାଇ ତାହାକୁ ମରାମତି କରାଯାଇଥିଲା। ପୁନର୍ବାର ଖରାପ ହୋଇଯିବା ଘଟଣା ତାଙ୍କୁ ଜଣା ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri