ଦୁଇ କିଡନୀ ହରାଇଛନ୍ତି ସାମ୍ବାଦିକ: ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୨ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ପାଇଁ ସ୍ବତନ୍ତ୍ର ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଢେଙ୍କାନାଳ ଜିଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନୀ ପ୍ରତିରୋପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ପ୍ରାରମ୍ଭିକ ସହାୟତା ଭାବେ ୨ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ପରାମର୍ଶଦାତା(ଗଣମାଧ୍ୟମ) ମାନସ ମଙ୍ଗରାଜ ଏହି ସହାୟତା ରାଶି ପ୍ରଦାନ କରିଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ବରିଷ୍ଠ ଖବରଦାତା ଢେଙ୍କାନାଳର ଆଦିତ୍ୟ ପଣ୍ଡା କିଡନୀ ଜନିତ ରୋଗରେ ପୀଡ଼ିତ ହେବା ଯୋଗୁ ଦୁଇଟି ଯାକ କିଡନୀ ହରାଇଛନ୍ତି। ଏପରିସ୍ଥଳେ ତାଙ୍କ ଭଉଣୀ ତାଙ୍କୁ ଗୋଟିଏ କିଡନୀ ପ୍ରଦାନ କରିବାକୁ ସହମତି ପ୍ରକାଶ କରିଛନ୍ତି। ଏପରିସ୍ଥଳେ କିଡନୀ ପ୍ରତିରୋପଣ ପାଇଁ ୨ ଲକ୍ଷ ଟଙ୍କାର ଆବଶ୍ୟକତା ରହିଥିଲା। ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ଶୁକ୍ରବାର ତାଙ୍କୁ ପ୍ରାରମ୍ଭିକ ସହାୟତା ପ୍ରଦାନ କରାଯାଇଛି। ସହାୟତା ପାଇଥିବା ଆଦିତ୍ୟ ମଧ୍ୟ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri