ଦୁଇ ଦିନ ପ୍ରବଳ କୁହୁଡ଼ି:ଫେବୃୟାରୀ ୧ରେ ବର୍ଷା

ଭୁବନେଶ୍ୱର,୨୮।୧(ବ୍ୟୁରୋ):ଗତ ଦୁଇଦିନ ରାଜ୍ୟରେ ଥଣ୍ଡା ସାମାନ୍ୟ ବୃଦ୍ଧି ପାଇଛି। ରାତ୍ରିର ତାପମାତ୍ରା ୩ରୁ ୪ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ଦୁଇଦିନ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ହୋଇଛି। ଉପକୂଳବର୍ତ୍ତୀ ଜିଲା କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ସମେତ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଝାରସୁଗୁଡା ଆଦି ଜିଲାରେ ପ୍ରବଳ କୁହୁଡ଼ି ହେବ। ତେବେ ଏହି ସମୟରେ କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ଫେବୃୟାରୀ ୧ ତାରିଖରେ ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ ଲାଇନ ସୃଷ୍ଟି ହେବ। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲା ଏବଂ ଏହାର ଆଖପାଖ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୩ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳେ ରହିଛି। ସୋମବାର ସୋନପୁରରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୮.୩, ଟିଟିଲାଗଡ ୯.୬, ଅନୁଗୋଳ ୮.୬ କେନ୍ଦୁଝର ୧୦.୨, ଝାରସୁଗୁଡା ୧୦.୨, ସମ୍ବଲପୁର ୧୦.୮ ଏବଂ ଦାରିଙ୍ଗିବାଡିିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri