ରାସଗୋବିନ୍ଦପୁର, ୨୬।୧୧ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନାଠାରୁ ପ୍ରାୟ ୧୩ କି.ମି. ଦୂର ଅମର୍ଦ୍ଦା ପଞ୍ଚାୟତ ଅଧୀନ ବାଉଁଶୁଣି ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ପଡୋଶୀ ମହିଳା କଳିଗୋଳ ଲାଗିବା ବେଳେ ଜଣେ ଅନ୍ୟଜଣଙ୍କୁ ଠେଙ୍ଗାରେ ପିଟିଥିଲେ। ଏଥିରେ ଦାନ୍ଗୀ ସୋରେନ (୪୨)ନାମ୍ନୀ ମହିଳାଙ୍କ ମୃତ୍ୟୁ ହୋଇଛି। ପୋଲିସ ଏହାର ତଦନ୍ତ କରି ଅଭିଯୁକ୍ତ ମହିଳା ଦୁଲି ହେମ୍ରମ(୩୨)ଙ୍କୁ ଗିରଫ କରିଛି।
ଥାନାର ତଦନ୍ତକାରୀ ସେକେଣ୍ଡ ଅଫିସର ଅଜୟ କୁମାର ରାଉଳ ଏହି ସୂଚନା ଦେଇ କହିଛନ୍ତି ଯେ, ଠେଙ୍ଗାମାଡରେ ଗୁରୁତର ଆହତ ହୋଇଥିବା ଅବସ୍ଥାରେ ଦାନ୍ଗୀଙ୍କୁ ପରିବାର ଲୋକେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଆସିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଏ ନେଇ ଏକ ମାମଲା ( ନଂ.୧୩୯/୧୯) ରୁଜୁ କରି ତଦନ୍ତ କରିଥିଲା। ବାଉଁଶୁଣି ଗାଁର ଅଭିଯୁକ୍ତ ଦୁଲି ହେମ୍ରମଙ୍କୁ ପଚରାଉଚୁରା ପରେ ତାଙ୍କୁ ଗିରଫ କରାଯାଇଛି।
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
Archives

