ଦୁଇ ବାଇକ୍‌ ମୁହଁ।ମୁହିଁ:୨ ଜୀବନ ଗଲା

ଭଞ୍ଜନଗର,୧୯।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ କାଠଚିରା ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହଁ। ମୁହିଁ ଧକ୍କା ହେବାରୁ ଜଣେ ମହିଳାଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନୟାଗଡ଼ ଜିଲା ବାଣିଗୋଛା ଥାନା ଅନ୍ତର୍ଗତ ଗୋଛାବାଡ଼ିର ସୁବାସିନୀ ବେହେରା (୫୦) ଓ ଗାଲେରିର ବବ୍ରୁ ନାଇକ (୨୫)। ଏହି ଦୁର୍ଘଟଣାରେ ଗୁରୁତର ଆହତ ଅନ୍ୟ ୨ ଜଣ ଗାଲେରିର ଦୁନିଆ ନାଇକ ଓ ଗୋଛାବାଡ଼ିର ତୀର୍ଥ ବେହେରାଙ୍କୁ ଭଞ୍ଜନଗରରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି।
ଗୋଚ୍ଛାବାଡିର ତୀର୍ଥ ତାଙ୍କ ମା’ ସୁବାସିନୀଙ୍କୁ ଧରି ଭଞ୍ଜନଗରରୁ ବାଇକ୍‌ ଯୋଗେ ଫେରୁଥିଲେ। ବିପରୀତ ଦିଗରୁ ବବ୍ରୁ ଓ ଦୁନିଆ ଏକ ବାଇକ୍‌ରେ ଭଞ୍ଜନଗର ଆସୁଥିଲେ। କାଠଚିରା ଛକ ନିକଟରେ ଦୁଇ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ ୪ ଆରୋହୀ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଗାଲେର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ସୁବାସିନୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ୩ ଜଣଙ୍କୁ ଭଞ୍ଜନଗର ମେଡ଼ିକାଲକୁ ନିଆଯାଇଥିଲେ ମଧ୍ୟ ବାଟରେ ବବ୍ରୁଙ୍କ ମୃତ୍ୟୁ ହୋଇଯାଇଥିଲା। ଆହତ ଦୁନିଆ ଓ ତୀର୍ଥଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନେବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଗାଲେରି ଫାଣ୍ଡି ଅଧିକାରୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପୋଲିସ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଏ ନେଇ ନଂ.୮୯/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri