ଦୁଇ ମାସର ଝିଅକୁ ଧରି ଆତ୍ମସମର୍ପଣ କଲେ ମହିଳା ମାଓବାଦୀ

ରାୟଗଡ଼ା ଅଫିସ, ୭।୧୧: ଦୁଇମାସର ଶିଶୁ କନ୍ୟାକୁ ଧରି ଜଣେ ମହିଳା ମାଓବାଦୀ ଗୁରୁବାର ରାୟଗଡ଼ା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ହେଲା ପାର୍ବତୀ ଓରଫ୍‌ ରିଙ୍କି(୨୭)। ଛତିଶଗଡ଼ର ବିଜାପୁର ଜିଲା ମାର୍ଥୁ ଥାନା ଅଧୀନ ଓ୍ବାଚମ ଗାଁରେ ତାଙ୍କ ଘର। ତାଙ୍କ ନାଁରେ ୧ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଥିଲା।
ସୂଚନାଅନୁଯାୟୀ, ପାର୍ବତୀ ବାଂଶଧାର-ଘୁମୁସର ନାଗାବଳୀ ଡିଭିଜନର ଘୁମୁସର ଦଳମ୍‌ରେ ଆଠ ବର୍ଷ ଧରି କାମ କରୁଥିଲେ। ତାଙ୍କ ସ୍ବାମୀ ରାଜୁ ସିପିଆଇ ମାଓବାଦୀ ସଂଗଠନର କେନ୍ଦ୍ରୀୟ କମିଟି ସଦସ୍ୟ ଭାବେ କାମ କରୁଛନ୍ତି। ସଙ୍ଗଠନରେ ମହିଳାମାନଙ୍କୁ ହୀନଦୃଷ୍ଟିରେ ଦେଖାଯାଉଛି। ସେମାନଙ୍କୁ ଉପଯୁକ୍ତ ସମ୍ମାନ ମିଳୁନି। ଝିଅ ପୁଅଙ୍କ ଭିତରେ ଭେଦଭାବ କରାଯାଉଛି, ଝିଅଙ୍କୁ ନିଜ ମତ ରଖିବାକୁ ଦିଆଯାଉନାହିଁ, ଝିଅମାନଙ୍କ ପାଇଁ ସଙ୍ଗଠନ ପକ୍ଷରୁ କୌଣସି ସ୍ବତନ୍ତ୍ର ବ୍ୟବସ୍ଥା ନାହିଁ। ସେମାନଙ୍କୁ ସୁରକ୍ଷା ମଧ୍ୟ ଦିଆଯାଉନି। ସେ ଗର୍ଭବତୀ ଥିବାବେଳେ ସଙ୍ଗଠନ ତାଙ୍କୁ ଜଙ୍ଗଲରେ ଏକା ଛାଡି ଚାଲି ଯାଇଥିଲା। ମାଓବାଦୀଙ୍କ ଆଦର୍ଶ ମଧ୍ୟ ଆଗ ଭଳି ଆଉ ନାହିଁ। ଏ ସବୁରେ ଅତିଷ୍ଠ ହୋଇ ସଙ୍ଗଠନ ଛାଡିଛି ବୋଲି ପାର୍ବତୀ ପୋଲିସ ଆଗରେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ପାର୍ବତୀ ରାୟଗଡ଼ା ଜିଲା କଡ୍ରାକାବାନ୍ଦିଲି ବିସ୍ଫୋରଣ, ଧାମନପଙ୍ଗ ବିସ୍ଫୋରଣ, ଡଙ୍ଗାମତି ବିସ୍ଫୋରଣ, ଜରପାରେ ଏସ୍‌ଓଜି ଟିମ୍‌ ଉପରେ ଆକ୍ରମଣ, ଡିଭିଏଫ ଯବାନଙ୍କ ମୃତ୍ୟୁ ଘଟଣା, କଳାହାଣ୍ଡି ଜିଲା ପାହାପଦର ଗ୍ରାମର ରାଜେନ୍ଦ୍ର ସାହୁଙ୍କୁ ହତ୍ୟା, ବାବୁପଦର ଗାଁର ଭୀମ ଦୋରାଙ୍କୁ ହତ୍ୟା, ବଣ୍ଡାକଲି ଗାଁରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟ ଘଟଣାରେ ସମ୍ପୃକ୍ତ ଥିବା ଏସ୍‌ପି ସର୍ବଣା ବିବେକ ଏମ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri