Posted inଖେଳ

ଦୁଇ ମାସ ବ୍ୟାଡ୍‌ମିଣ୍ଟନରୁ ଦୂରେଇ ରହିବେ ମୋମୋତା

ଟୋକିଓ, ୧୪।୧ (ଏଏଫ୍‌ପି)- ଦୁର୍ଘଟଣାର ସମ୍ମୁଖୀନ ହୋଇ ଆଘାତପ୍ରାପ୍ତ ହୋଇଥିବା ବିଶ୍ୱର ଏକ ନମ୍ବର ପୁରୁଷ ବ୍ୟାଡ୍‌ମିଣ୍ଟନ ଖେଳାଳି ଜାପାନର କେଣ୍ଟୋ ମୋମୋତା ୨ ମାସ ଲାଗି କୋର୍ଟରୁ ଦୂରେଇ ରହିବେ। ସମ୍ଭବତଃ ମାର୍ଚ୍ଚରେ ହେବାକୁ ଥିବା ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ବେଳକୁ ମୋମୋତା ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜାପାନ ବ୍ୟାଡ୍‌ମିଣ୍ଟନ ଆସୋସିଏଶନର ସାଧାରଣ ସମ୍ପାଦକ କିନ୍‌ଜି ଜେନିୟା କହିଛନ୍ତି। ୨୫ ବର୍ଷୀୟ ମୋମୋତା ରବିବାର ମାଲେସିଆ ମାଷ୍ଟର୍ସ ଟାଇଟଲ୍‌ ଜିତିବାର କିଛି ଘଣ୍ଟା ପରେ କୁଆଲାଲମ୍ପୁରଠାରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସେ ଯାଉଥିବା ଭ୍ୟାନ ଏକ ଲରିକୁ ଧକ୍କା ଦେଇଥିଲା। ଫଳରେ ଭ୍ୟାନ ଡ୍ରାଇଭର ଘଟଣାସ୍ଥଳରେ ଭିତରେ ଚାପି ହୋଇ ମୃତ୍ୟୁବରଣ କରିଥିବାବେଳେ ମୋମୋତାଙ୍କ ନାକର ହାଡ଼ ଭାଙ୍ଗିଯାଇଥିଲା। ଏହାପରେ ସୋମବାରଠାରୁ ମୋମୋତା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୋମୋତାଙ୍କ ସମେତ ଭ୍ୟାନରେ ଥିବା ସହାୟକ କୋଚ୍‌, ଫିଜିଓଥେରାପିଷ୍ଟ ଓ ବ୍ୟାଡ୍‌ମିଣ୍ଟନ ଅଫିସିଆଲ ମଧ୍ୟ ଆଘାତପ୍ରାପ୍ତ ହୋଇଥିବା ଜଣାପଡ଼ିଛି। ଗତବର୍ଷ ମୋମୋତା ମୋଟ୍‌ ୧୧ଟି ଟାଇଟଲ୍‌ ଜିତିଥିଲେ। ଯେଉଁଥିରେ ବିଶ୍ୱ ଚାମ୍ପିୟନଶିପ୍‌, ଏସିଆନ ଚାମ୍ପିୟନଶିପ୍‌ ଓ ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ ପରି ପ୍ରମୁଖ ଟ୍ରଫି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri