ଦୁଇ ହୋଲ୍‌ସେଲରଙ୍କ ନାମରେ ମାମଲା

ଯାଜପୁର ଅଫିସ,୨୮ା୩: ଯାଜପୁର ସହରର ବିରଜାହାଟ ନିକଟରେ ଥିବା ଦୁଇ ହୋଲ୍‌ସେଲରଙ୍କ ନାମରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ହୋଲ୍‌ସେଲର ଦୁଇଜଣ ହେଲେ ସଞ୍ଜୟ ସାହୁ ଓ ଧନେଶ୍ୱର ସାହୁ। ଏସମ୍ପର୍କରେ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ପ୍ରହଲ୍ଲାଦ ସେଠୀ ସୂଚନା ଦେଇ କହିଛନ୍ତି ଯେ, ଉପରୋକ୍ତ ହୋଲସେଲର ଦ୍ୱୟ ଆଳୁ, ପିଆଜ, ଡାଲି ଆଦି ଗ୍ରସେରି ସାମଗ୍ରୀର କଳାବଜାର କରିବାକୁ ଉଦ୍ୟମ କରିଥିଲେ। ତାଙ୍କ ଗୋଦାମରେ ସାମଗ୍ରୀ ମହଜୁଦ ରହିଥିଲେ ହେଁ ଦୋକାନୀମାନଙ୍କୁ ଷ୍ଟକ ନାହିଁ ବୋଲି କହିଥିଲେ। ତେଣୁ ଯୋଗାଣ ବିଭାଗରେ ଅଭିଯୋଗ ହେବାପରେ ଗୁରୁବାର ଅତିରିକ୍ତ ଜିଲାଯୋଗାଣ ଅଧିକାରୀ ସେଠୀ ତଦନ୍ତ କରି ଜିଲାପାଳଙ୍କ କୋର୍ଟରେ ଓଡ଼ିଶା ଅତ୍ୟାବଶ୍ୟକ ସେବା ଆଇନ ୧୯୭୩ର ଧାରା ୩ ଓ ୪ରେ ମାମଲା ରୁଜୁ କରିଛନ୍ତି। ପୂର୍ବରୁ ଏନେଇ ‘ଧରିତ୍ରୀ’ରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସମ୍ପର୍କରେ ଖବର ପ୍ରକାଶ ପାଇବାରେ ଯୋଗାଣ ବିଭାଗ ତପତ୍ରତା ପ୍ରକାଶ କରି ଏଭଳି ପଦକ୍ଷେପ ଗ୍ରହଣ କରିଥିବା ଜଣାପଡିଛି। ବର୍ତ୍ତମାନ କୋରେନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲାରେ ଲକଡାଉନ ଚାଲିଥିବାବେଳେ କେତେଜଣ ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି କରୁଛନ୍ତି। ତେଣୁ ଆବଶ୍ୟକ ତଦନ୍ତ କରି ଅସାଧୁ ବ୍ୟବସାୟୀଙ୍କ ନାମରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri