ଦୁବାଇ, ୯ା୪ (ପି.ଟି.):ବିଶ୍ୱର ପ୍ରଥମ ‘ମାରାଥନ ଆଟ୍ ହୋମ୍’ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ଟି ଦେଶର ୭୪୯ଜଣ ଧାବକ ଭାଗ ନେଇଥିଲେ। ପ୍ରତିଯୋଗୀମାନଙ୍କୁ ନିଜ ଘରେ ଥାଇ ୪୨,୧୯୫ କିଲୋମିଟର ଦୌଡ଼ିବାକୁ ପଡ଼ିଥିଲା। ଅଂଶଗ୍ରହଣକାରୀଙ୍କ ମଧ୍ୟରୁ ୫୬୨ ପୁରୁଷ ଓ ୨୨୩ ମହିଳା ଥିଲେ। ସବୁଠାରୁ କମ୍ ବୟସ୍କ ଧାବକଙ୍କ ବୟସ ମାତ୍ର ୧୮ ବର୍ଷ ରହିଥିବାବେଳେ ବୟସ୍କଙ୍କ ବୟସ ୬୫ବର୍ଷ ଥିଲା। ମାରାଥନ ସକାଳ ୮ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ଅଦ୍ଭୁତପୂର୍ବ ଇଭେଣ୍ଟରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବ୍ୟତୀତ କୁଏତ୍, ସୌଦି ଆରବ, ଓମାନ, ବାହାରିନ ଓ ଜୋର୍ଡାନ ଆଦି ଦେଶରୁ ଧାବକମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଦୁବାଇ ସ୍ପୋଟର୍ସ କାଉନ୍ସିଲ (ଡିଏସ୍ସି) ଏସିକ୍ସ ମିଡଲ ଇଷ୍ଟ ଏବଂ ୫:୩୦ ରନ୍ କ୍ଲବର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୋଭିଡ୍-୧୯ ମହାମାରୀ ଆଶଙ୍କା ଯୋଗୁ ପ୍ରତିଯୋଗୀମାନଙ୍କୁ ସେମାନଙ୍କ ବାସଭବନରେ ଦୌଡ଼ିବା ଭଙ୍ଗୀରେ ରେସ୍ରେ ସାମିଲ ହେବାକୁ ପଡ଼ିଥିଲା। ଦୌଡ଼ ବେଳେ ପ୍ରତିଯୋଗିମାନଙ୍କୁ ଟ୍ରେଡ୍ମିଲ କିମ୍ବା ଅନ୍ୟ କୌଣସି ଟ୍ରେନିଂ ସରଞ୍ଜାମ ବ୍ୟବହାର ପାଇଁ ଅନୁମତି ନ ଥିଲା। ଅଂଶଗ୍ରହଣକାରୀମାନଙ୍କୁ ନିଜ ବାସସ୍ଥାନରେ କେବଳ ଶାରୀରିକ ଭାବେ ଦୌଡ଼ିବାକୁ ହୋଇଥିଲା। ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସେମାନଙ୍କ ସ୍ମାର୍ଟ ଫୋନ୍ କିମ୍ବା ସ୍ମାର୍ଟ ଓ୍ବାଚ୍କୁ ସମ୍ପୂର୍ଣ୍ଣ ଚାର୍ଜ କରି ରଖିବାକୁ ହୋଇଥିଲା। ଏଥିରେ ଷ୍ଟ୍ରାଭା ଆପ୍ ଇନ୍ଷ୍ଟଲ କରିବା ସହ ଆକ୍ଟିଭ କରିବା ଆବଶ୍ୟକ ଥିଲା। ଏହି ଆପ୍ ଦ୍ୱାରା ଜଣେ ପ୍ରତିଯୋଗୀଙ୍କ ଗିତିବିଧି, ଟାଇମିଂ ଏବଂ ସେ କେତେଦୂର ଦୌଡ଼ିଲେ ତାହା ଆୟୋଜକମାନେ ଜାଣି ପାରିଥିଲେ। ଟପ୍ ଫିନିଶରମାନଙ୍କୁ ଲାଗି ପୁରସ୍କାର ବ୍ୟବସ୍ଥା ଥିଲା। ରେସ୍ ଶେଷ କରିଥିବା ପ୍ରତ୍ୟେକ ପ୍ରତିଯୋଗୀମାନଙ୍କୁ ଗୋଟିଏ ଲେଖାଏଁ ଟି-ଶାର୍ଟ, ପଦକ ଏବଂ ସାର୍ଟିଫିକେଟ୍ ପ୍ରଦାନର ବ୍ୟବସ୍ଥା ହୋଇଥିଲା।
ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ
ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…
ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ
ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…
ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ
ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା…
୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!
ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…
ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…
ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…
କମାଲ୍ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ
ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…
ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା
ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…
ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍
ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

