ଦୁର୍ଗମ ଅଞ୍ଚଳରେ ଚାଲିଥିଲା ମଦ ଭାଟି: ଅବକାରୀ ବିଭାଗର ଚଢ଼ାଉ, ଦୁଇ ଗିରଫ

ଦିଗପହଣ୍ଡି,୩୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବିଛାପାଟ ଗ୍ରାମ ନିକଟ ଦୁର୍ଗମ ଅଞ୍ଚଳରେ ଚାଲିଥିବା ବେଆଇନ ଦେଶୀ ମଦଭାଟି ଉପରେ ଗୁରୁବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଘଟଣାରେ ଭାଟିରେ ମଦ ପ୍ରସ୍ତୁତ କରୁଥିବା ବିଛାପାଟ ଗ୍ରାମର ନିଳାଞ୍ଚଳ ବେହେରା ଓ ଫାସିବନ୍ଧ ଗ୍ରାମର ରଞ୍ଜନ ନାଇକଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୨୨ଲିଟର ରନ୍ଧା ଦେଶୀ ମଦ ସହ ମଦରନ୍ଧା ସରଞ୍ଜାମ ଜବତ କରାଯାଇଛି।

ସୂଚନାନୁଯାୟୀ, କୌଣସି ସୁତ୍ରରୁ ଖବର ପାଇ ସକାଳ ସାଢ଼େ ୭ଟାରେ ଅବକାରୀ କର୍ମଚାରୀମାନେ ଅତର୍କିତ ଚଢ଼ାଉ କରିଥିଲେ। କର୍ମଚାରୀଙ୍କୁ ଦେଖି ଅଭିଯୁକ୍ତଦ୍ୱୟ ଫେରାର ହେବାକୁ ଚେଷ୍ଟା କରୁଥିବା ବେଳେ ସେମାନଙ୍କ ସହ ଧସ୍ତାଧସ୍ତି ହୋଇଥିଲା। ଅଭିଯୁକ୍ତ ନିଳାଞ୍ଚଳଙ୍କୁ ଚିକିଟି ଅବକାରୀ ରେଞ୍ଜ କାର୍ଯ୍ୟାଳୟ ମାମଲା(ନଂ ୫/୧୯-୨୦) ଏବଂ ରଞ୍ଜନଙ୍କୁ ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ କାର୍ଯ୍ୟାଳୟ ମାମଲା ନଂ(୧୩/୧୯-୨୦) ଅନୁଯାୟୀ ସାନଖେମୁଣ୍ଡି କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଦ୍ୱୟଙ୍କୁ ଦିଗପହଣ୍ଡି ସବ୍‌ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri