ଦୁର୍ଗମ ଇଲାକାରେ ନେତା, ପ୍ରଶାସକ

କାମାକ୍ଷାନଗର, ୧୨।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଏକୁଲ, ସେକୁଲ, କୋଟ, ପୁଟିପାଳ ଗ୍ରାମରେ ମଙ୍ଗଳବାର ନେତା ଏବଂ ପ୍ରଶାସକ ପହଞ୍ଚତ୍ ଲୋକଙ୍କ ସମସ୍ୟା ବୁଝିଛନ୍ତି। ଅଧିକାରୀ ଏବଂ ଜନପ୍ରତିନିଧିମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ସମସ୍ୟା ସମାଧାନ କରିବା ଲାଗି ପ୍ରତିଶ୍ରୁତି ଦେଇଛନ୍ତି।
କଙ୍କଡ଼ାହାଡ଼ ସଦରଠାରୁ ୨୦ କିମି ଦୂରରେ ଅବସ୍ଥିତ କାନ୍ତୋଲ ପଞ୍ଚାୟତବାସୀଙ୍କ ପାଖରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଭୌଗୋଳିକ ପରିବେଶ ଏବଂ ଘଞ୍ଚ ଜଙ୍ଗଲ ମଧ୍ୟରେ ଅବସ୍ଥିତ ଉକ୍ତ ଗ୍ରାମଗୁଡ଼ିକୁ ଯାତାୟାତ ପାଇଁ ପକ୍କା ରାସ୍ତା ନାହିଁ। ବର୍ଷା ୪ମାସ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଏ। ଲୋକମାନେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଆନ୍ତି। କେବଳ ନିର୍ବାଚନ ଆସିଲେ ଖୋଜାପଡ଼ନ୍ତି ସମ୍ପୃକ୍ତ ଗ୍ରାମବାସୀ। ପ୍ରଶାସନିକ ଅଧିକାରୀଙ୍କ ପାଦ ମଧ୍ୟ କ୍ୱଚିତ ପଡ଼େ ଏଠାରେ। ହେଲେ ମଙ୍ଗଳବାର ଦୃଶ୍ୟ ସାମାନ୍ୟ ନିଆରା ଥିଲା। ପିଡି ଡିଆର୍‌ଡିଏ ନରୋତ୍ତମ ବେହେରାଙ୍କ ନେତୃତ୍ୱରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ବିଧାୟକ ଡା. ନୃସିଂହ ଚରଣ ସାହୁ, ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ପାଦରେ ଚାଲିଚାଲି ଗଁାରେ ପହଞ୍ଚତ୍ଥିଲେ। ଅଞ୍ଚଳକୁ ସବୁଦିନିଆ ରାସ୍ତା ନ ଥିବା ଏବଂ ବିଦ୍ୟୁତ୍‌ ସଂଯୋଗ ହୋଇପାରୁ ନ ଥିବାରୁ ବିକାଶ ଅଟକିଛି। ଏହାର ସମାଧାନ ହେଲେ ଅଞ୍ଚଳବାସୀ ଉପକୃତ ହୋଇପାରନ୍ତେ। ପର୍ଯ୍ୟାୟକ୍ରମେ ଅନ୍ୟ ସମସ୍ୟାର ସମାଧାନ ହୋଇପାରନ୍ତା ବୋଲି ଗ୍ରାମବାସୀ କହିଥିଲେ। ଏହାର ସମାଧାନ ଲାଗି ମନ୍ତ୍ରୀ ଏବଂ ବିଧାୟକ ପ୍ରତିଶ୍ରୁତି ଦେଇଛନ୍ତି। ଦୀର୍ଘଦିନ ପରେ ଅଞ୍ଚଳରେ ମନ୍ତ୍ରୀ, ବିଧାୟକ ଏବଂ ପଦସ୍ଥ ଅଧିକାରୀଙ୍କ ପାଦ ପଡ଼ିଥିବାରୁ ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।
କଙ୍କଡ଼ାହାଡ଼ ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ସାହୁ, ଉପଜିଲାପାଳ ଇଂ. ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ଡିଏଫ୍‌ଓ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ନିର୍ବାହୀ ଯନ୍ତ୍ରୀ ଶରତ ଚନ୍ଦ୍ର ଶତପଥୀ, ଇଂ. ମନୋରଞ୍ଜନ ବିଶ୍ବାଳ, ସୁରେନ୍ଦ୍ର ବେହେରା, ଡିଇଓ ନିବେଦିତା ପାଣି, ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା, ମଙ୍ଗଳ ଅଧିକାରୀ ମାନସ ମିଶ୍ର, ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ରାଜସ୍ବ ଅଧିକାରିଣୀ ଦୀପ୍ତିମୟୀ ବେହେରା, ସହକାରୀ କୃଷି ନିର୍ଦ୍ଦେଶକ ଛବୀନ୍ଦ୍ର ବେହେରା, ସହକାରୀ ଉଦ୍ୟାନ ବିଭାଗ ନିର୍ଦ୍ଦେଶକ ଭଗବାନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri