ଦୁର୍ଗମ କହମପଡ଼ି ଗାଁରେ ବିଧାୟକ ସାଲୁଗା

ଦାରିଙ୍ଗବାଡ଼ି,୧୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗାଁ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା ନାହିଁ କି ବର୍ଷାଦିନରେ ପିଇବା ପାଣି ମଧ୍ୟ ମିଳୁନାହିଁ। ମାତ୍ର ଗୋଟିଏ ଚୁଆ ଉପରେ ଗାଁର ୬୦ ପରିବାରର ପ୍ରାୟ ୫ ଶହର ଊର୍ଦ୍ଧ୍ୱ ଲୋକ ବ୍ୟବହାର କରୁଛନ୍ତି। ସେହିପରି ଗାଁକୁ ସବୁଦିନିଆ ରାସ୍ତା ନାହିଁ । ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ବିଧାୟକଙ୍କୁ ନିବେଦନ କରିଥିଲେ। ଚୁଆପାଣି ପିଉଥିବାରୁ ଲୋକେ ଅଜଣା ରୋଗରେ ଆକ୍ରାନ୍ତ ହେଉଛନ୍ତି। ବିଧାୟକ ଗାଁରେ ପହଞ୍ଚି ଏହି ଦୃଶ୍ୟ ଦେଖିଛନ୍ତି। ପରେ ଗ୍ରାମର ପ୍ରାର୍ଥନା ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବିଧାୟକ ଗ୍ରାମବାସୀଙ୍କ ସୁଖ, ଶାନ୍ତି, ସମୃଦ୍ଧି ପାଇଁ ପ୍ରାର୍ଥନା କରିଥିଲେ। ବିଧାୟକଙ୍କ ସହ ଜନଜାତି ସ୍ବତନ୍ତ୍ର ଉନ୍ନୟନ ପରିଷଦର ସଦସ୍ୟ ତଥା ବହୁମୁଖୀ ସମବାୟ ସମିତିର ସଭାପତି ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ସରପଞ୍ଚ ଜ୍ୟୋତିରାଜ ପ୍ରଧାନ, ଦୀପକ କୁମାର ସାହୁ, ମିଲୁ ସାହୁ, ପଠାଣୀ ସାହୁ, ଦିବ୍ୟ ନାୟକ, ଅନ୍ତରଙ୍ଗ ଯୁବ ମହାସଂଘର ସଭାପତି ଦିଲ୍ଲୀପ କୁମାର ସାହୁ, ବେଲାଳସେନ ନାୟକ, ପଞ୍ଚାନନ ସାହୁ, ଓ୍ବାର୍ଡସଭ୍ୟ ପାଣୁ ସାହୁ, ସାଞ୍ଜିରା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ସୁଶାନ୍ତ କୁମାର ପ୍ରଧାନଙ୍କ ସମେତ ଅନ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

କେନ୍ଦ୍ରୀୟ ବିଦ୍ୟାଳୟରେ ବିଦ୍ୟା ପ୍ରବେଶ ଉତ୍ସବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା…

ଭଞ୍ଜନଗର,୨୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଗୁରୁବାର ପ୍ରଥମ ଶ୍ରେଣୀର ବିଦ୍ୟା ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷ ପ୍ରଦୀପ କମାନୁ…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ସ୍କୁଟି – ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଯୁବକଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଢଉଗାଁ ୩୨୬ ନଂ ଜାତୀୟ ରାଜପଥ ଆଙ୍କୋରଡ଼ା ଗ୍ରାମ ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ସ୍କୁଟି…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri