ଦୁର୍ଘଟଣାରୁ ବର୍ତ୍ତିଲା ଏଲ୍‌ଟିଟି ଏକ୍ସପ୍ରେସ୍‌

ଢେଙ୍କାନାଳ ଅଫିସ, ୬।୩ – ଭାଗ୍ୟ ସହାୟ ହେଲା। ଦୁଇଖଣ୍ଡ ହୋଇଯାଇଥିବା ରେଳଧାରଣାକୁ କୌଣସି ମତେ ଅତିକ୍ରମ କରିଗଲା ଲୋକମାନ୍ୟ ତିଲକ (ଏଲ୍‌ଟିଟି) ସୁପରଫାଷ୍ଟ ଏକ୍ସପ୍ରେସ୍‌। ଫାଟ ଅତିକ୍ରମ କରିବା ସମୟରେ ଟ୍ରେନ୍‌ ଭାରସାମ୍ୟ ହରାଇ ଦୋହଲିଥିଲା। ଏମିତି ଲାଗୁଥିଲା ଟ୍ରେନ୍‌ ଟ୍ରାକ୍‌ ବାହାରକୁ ଚାଲିଯିବ। ହେଲେ ସୌଭାଗ୍ୟବଶତଃ ଏଥିରେ କାହାରି କୌଣସି କ୍ଷତି ହୋଇନାହିଁ। ଅନ୍ୟପଟେ ଦୁର୍ଘଟଣାରୁ ବର୍ତ୍ତିଯାଇଥିବାରୁ ଯାତ୍ରୀମାନେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇଛନ୍ତି। ଢେଙ୍କାନାଳ ଜିଲା ମହାଦିଆ ପାସେଞ୍ଜର ହଲ୍‌ଟ ନିକଟରେ ଗୁରୁବାର ସକାଳେ ଘଟିଥିବା ଏହି ଘଟଣା ଆଲୋଚନାର ବିଷୟ ହୋଇଛି।
ଓଡ଼ାପଡା ବ୍ଲକ ସଦାଶିବପୁର-ହିନ୍ଦୋଳ ରୋଡ୍‌ ମଧ୍ୟରେ ରହିଛି ମହାଦିଆ ପାସେଞ୍ଜର ହଲ୍‌ଟ। ଏହାର ଅନତି ଦୂରରେ ରେଳ ଧାରଣା ଦୁଇଖଣ୍ଡ ହୋଇଯାଇଯାଇଥିଲା। ସକାଳ ୬ଟାରେ ବମ୍ବେ-ଭୁବନେଶ୍ୱର ଲୋକମାନ୍ୟ ତିଲକ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରାକ୍‌ ଅତିକ୍ରମ କରିବା ସମୟରେ ଭାରସାମ୍ୟ ହରାଇ ଜୋର୍‌ରେ ହଲିଥିଲା। ତେବେ ଟ୍ରେନ୍‌ଟି ଧାରଣା ଅତିକ୍ରମ କରିଯିବାରୁ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିଲା। ଏ ନେଇ ସେଠାରେ ଉପସ୍ଥିତ କେତେଜଣ ଲୋକ ରେଲଓ୍ବେ ଫାଟକ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ସୂଚନା ଦେଇଥିଲେ। ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀ ଯୁଦ୍ଧକାଳୀନ ଭିତ୍ତିରେ ଟ୍ରାକ୍‌ ମରାମତି କରିଥିଲେ। ଏଥିଲାଗି ଅନୁଗୋଳ-ପୁରୀ, ତାଳଚେର-ପୁରୀ ପାସେଞ୍ଜର ଟ୍ରେନ୍‌ ଦେଢ଼ଘଣ୍ଟା ବିଳମ୍ବରେ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri