ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ନେଲେ ଜିଲାପାଳ

ହିିିଞ୍ଜିଳିକାଟୁ/ଶେରଗଡ଼,୨୩ା୧୨(ଡିି.ଏନ୍‌.ଏ)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଶେରଗଡ଼ ବ୍ଲକ ମାରୁଡ଼ିଠାରେ ସଡ଼କ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରି ମାନବିକତାର ପରିଚୟ ଦେଇଛନ୍ତି। ଆହତ ଜଣକ ଶେରଗଡ଼ ବ୍ଲକ ଗୋବିନ୍ଦପୁର ନୂଆଁସାହିର ଶିବରାମ ପ୍ରଧାନ।
ଶିବରାମ ବାଇକ୍‌ରେ ନିଜ ଗ୍ରାମରୁ ହିଞ୍ଜିଳିକାଟୁ ଯାଉଥିଲେ। ବିପରୀତ ଦିଗରୁ ଆସୁଥିବା ଏକ ପିକଅପ୍‌ ମାରୁଡ଼ିଠାରେ ତାଙ୍କୁ ଧକ୍କା ଦେଇଥିଲା। ଏହି ସମୟରେ ଜିଲାପାଳ କୁଲାଙ୍ଗେ ଶେରଗଡ଼ରୁ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଛତ୍ରପୁର ଫେରୁଥିଲେ। ଆହତ ଶିବରାମଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିଜ ଗାଡ଼ିରେ ନେଇ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ପରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥା ତଦାରଖ ପାଇଁ ହିଞ୍ଜିଳିକାଟୁ ତହସିଲଦାର ଗୋପୀନାଥ କୁଅଁର ଓ ବିଡିଓ ପ୍ରସନ୍ନ କୁମାର ପାତ୍ରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଶିବରାମଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri