ଦୁର୍ଘଟଣାରେ କାର୍‌ ଡ୍ରାଇଭର ଗୁରୁତର

ଧର୍ମଶାଳା,୧୮।୫(ଡି.ଏନ.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ନେଉଳପୁରଠାରେ ଶନିବାର ଅପରାହ୍ନ ୪ଟାରେ ବସ୍‌, ଟ୍ରକ୍‌ ସହ କାରର ମୁହଁାମୁହଁି ଧକ୍କା ହେବା ଫଳରେ କାର୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ବଡ଼ଚଣା ଥାନା କଡେଇ ଗ୍ରାମର ପ୍ରଶାନ୍ତ ସାମଲ (୨୨)। ଖବରପାଇ ଚଣ୍ଡିଖୋଲ ଦମକଳବାହିନୀ
ଘଟଣାସ୍ଥଳରେ ପହଞ୍ଚି କାର୍‌ ଡ୍ରାଇଭରଙ୍କୁ ଉଦ୍ଧାର କରି ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି। ପ୍ରକାଶ ଯେ, ଜାତୀୟ ରାଜପଥ ପ୍ରଶସ୍ତୀକରଣ ହେଉଥିବାରୁ ଗୋଟିଏ ପଟ ରାସ୍ତାବନ୍ଦ କରାଯାଇ ଅନ୍ୟ ପଟେ ଗାଡ଼ି ଚଳାଚଳ ହେଉଛି। ଏହି ସମୟରେ ଟ୍ରକ୍‌ ନଂ(ଏପି-୧୬ଟିଜେ-୦୭୨୯) ସହ କାର୍‌ ନଂ. (ଓଆର-୦୫ଏପି-୪୫୨୩) ଧକ୍କା ହୋଇଥିଲା। ପଛରୁ ଆସିଥିବା ଏକ ବସ୍‌ ନଂ. (ଓଡି-୦୫ଡବ୍ଲ୍ୟୁ-୫୨୫୭) ଟ୍ରକ୍‌ ପଛରେ ବାଡେଇ ହୋଇଯାଇଥିଲା। ଫଳରେ କାର୍‌ ଡ୍ରାଇଭର ଗୁରୁତର ହୋଇଥିଲେ। ଖବରପାଇ ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦୁର୍ଘଟଣାଗ୍ରସ୍ତ ଗାଡିଗୁଡିକୁ ଜବତ କରିବା ପରେ ରାସ୍ତା ଅବରୋଧ ହଟି ଗାଡି ଚଳାଚଳ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri