Posted inଖେଳ

ଦୁର୍ଘଟଣାରେ ନଂ. ୧ ଶଟଲର ମୋମୋତା ଆହତ, ଡ୍ରାଇଭର ମୃତ

କୁଆଲାଲମ୍ପୁର,୧୩ା୧ (ଏଏଫ୍‌ପି)- ବ୍ୟାଡ୍‌ମିଣ୍ଟନରେ ବିଶ୍ୱର ନମ୍ବର ଓ୍ବାନ ପୁରୁଷ ସିଙ୍ଗଲ୍ସ ଖେଳାଳି କେଣ୍ଟୋ ମୋମୋତା ମାଲେସିଆ ମାଷ୍ଟର୍ସ ଟାଇଟଲ ଜିତିବାର କିଛି ଘଣ୍ଟା ପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସେ ଆହତ ହୋଇଥିବାବେଳେ ତାଙ୍କ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସ୍ଥାନୀୟ ପୋଲିସଙ୍କ କହିବା ଅନୁଯାୟୀ, ୨୫ ବର୍ଷୀୟ ମୋମୋତାଙ୍କ ନାକ ଫ୍ରାକଚର ହୋଇଯାଇଛି। ତାଙ୍କ ମୁହଁରେ ଆଘାତ ଲାଗିଛି। ବିମାନ ବନ୍ଦରକୁ ଯାଉଥିବା ସମୟରେ ମୋମୋତାଙ୍କ ଭ୍ୟାନ ରାଜରାସ୍ତାରେ ଲରିରେ ପିଟି ହୋଇଥିଲା। ଦୁର୍ଘଟଣା ସକାଳ ୪: ୪୦ରେ ଘଟିଥିଲା। ୧୦ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ଉଦ୍ଧାର କରିଥିଲେ। ଦୁର୍ଘଟଣା ସ୍ଥଳରେ ହିଁ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା। ମୋମୋତାଙ୍କ ସହ ଭ୍ୟାନରେ ଥିବା ସହାୟକ କୋଚ୍‌, ଫିଜିଓ ଥେରାପିଷ୍ଟ ଓ ବ୍ୟାଡମିଣ୍ଟନ ଅଫିସିଆଲ ମଧ୍ୟ ଆହତ ହୋଇଛନ୍ତି। ଏହା ଜାପାନିଜ ଶଟଲରଙ୍କ ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତିକୁ ଶକ୍ତ ଧକ୍କା ଦେଇଛି। ମାଲେସିଆର କ୍ରୀଡ଼ାମନ୍ତ୍ରୀ ସୟଦ ସାଦ୍ଦିକ ମେଡିକାଲକୁ ଯାଇ ମୋମୋତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଆହତଙ୍କ ଅବସ୍ଥା ସ୍ଥିର ରହିଥିବା ସେ କହିଛନ୍ତି। ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ମାଲେସିଆ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri