ଦୁର୍ଘଟଣାରେ ବୃଦ୍ଧଙ୍କ ଜୀବନ ଗଲା

ବିଶୋଇ, ୩୧।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଅଶନା ଛକଠାରେ ଏକ ସଡକ ଦୁର୍ଘଟଣା ଘଟି ଜନୈକ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ଅଶନା ପଞ୍ଚାୟତର ପାଳଗଡ଼ା ଗ୍ରାମର ଗୋପାଳ ଗିରି (୮୦)।
ରବିବାର ପୂର୍ବାହ୍ନ ୯ଟା ବେଳେ ଗୋପାଳ ଅଶନା ହାଟ ସାରି ୪୯ ନଂ. ଜାତୀୟ ରାଜପଥ ଦେଇ ସାଉକେଲ ଯୋଗେ ନିଜ ଘରକୁ ଫେରିବା ସମୟରେ ରାଉରକେଲାରୁ କୋଲକାତା ଅଭିମୁଖେ ଯାଉଥିବା ଏକ କାର୍‌(ନଂ. ଡବ୍ଲ୍ୟୁ.ବି ୩୦ ଏବି ୩୧୦୩) ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଗୋପାଳଙ୍କୁ ଉଦ୍ଧାର କରି ପ୍ରଥମେ ବିଶୋଇ ପ୍ରାଥମିକ ଚିକିତ୍ସାଳୟ ଆଣିଥିଲେ। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦା ପିଆରଏମରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ଥାନୀୟ ବ୍ଲକ ଛକରେ ସ୍ଥାନୀୟ ଲୋକେ କାର୍‌କୁ କାବୁ କରିବା ପାଇଁ ସମର୍ଥ ହୋଇଥିଲେ। କାର୍‌ ସମେତ ଡ୍ରାଇଭରଙ୍କୁ ବିଶୋଇ ଥାନାରେ ଜିମା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?