ଦୁର୍ଘଟଣାରେ ଭାଇ ମୃତ, ଭଉଣୀ ଗୁରୁତର

ଛତିଆ,୧୮ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆସ୍ଥିତ ମହାପୁରୁଷ ହାଡ଼ିଦାସ କଲେଜ ନିକଟରେ ଗୁରୁବାର ସକାଳେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତ କରାଯାଇଛି। ମୃତ ଯୁବକ ଜଣଙ୍କ କଟକ ଜିଲା ଟାଙ୍ଗୀ ଥାନା ଭଟିମୁଣ୍ଡା ପଞ୍ଚାୟତ ଗରମ୍ବା ଗ୍ରାମର ବିଶ୍ୱଜିତ୍‌ ସାହୁ। ଗୁରୁତର ଜଣଙ୍କ ବିଶ୍ୱଜିତ୍‌ଙ୍କ ସମ୍ପର୍କୀୟ ଭଉଣୀ ବୋଲି ଜଣାପଡିଛି। ଛତିଆ ବିଟ୍‌ ହାଉସ୍‌ ଅଧିକାରୀ ଜଗ୍‌ଦୀଶ କର ମୃତଦେହ ଜବତକରି ତଦନ୍ତ ଚଳାଇଛି। ବିଶ୍ୱଜିତ୍‌ ନିଜ ଓ ତାଙ୍କ ସମ୍ପର୍କୀୟ ଭଉଣୀଙ୍କ ସହ ବାଇକ୍‌ରେ ଟାଙ୍ଗୀରୁ ଚଣ୍ଡିଖୋଲ ଯାଉଥିଲେ। ୧୬ ନଂ ଜାତୀୟ ରାଜପଥ ମହାପୁରୁଷ ହାଡିଦାସ କଲେଜ ନିକଟରେ ଭାରସାମ୍ୟ ହରାଇ ଟ୍ରକ୍‌ ପଛ ପଟେ ପିଟି ହୋଇଥିଲେ। ଫଳରେ ଘଟଣାସ୍ଥଳରେ ବିଶ୍ୱଜିତଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ଭଉଣୀ ଗାଡିରୁ ଛିଟିକି ପଡିଥିଲେ। ଛତିଆ ବିଟ୍‌ ହାଉସ୍‌ ପୋଲିସ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କଟକ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri