ଦୁର୍ଘଟଣା ପରେ ଡ଼ମ୍ପର ଚାଳକଙ୍କୁ ମାଡ଼ ମାରିବା ଘଟଣା : ୭ ଗ୍ରାମବାସୀଙ୍କୁ ଗିରଫ କଲା ପୋଲିସ

ରାଇରଙ୍ଗପୁର,୨୯ା୮(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଏକ ଦୁର୍ଘଟଣାକୁ ନେଇ ଡମ୍ଫର ଚାଳକ ବିଶ୍ୱନାଥ ହଁାସଦାଙ୍କୁ ମାଡ଼ ମାରିବା ଓ ଲୁହାଖଣି ମାଲିକଙ୍କ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୭ ଗ୍ରାମବାସୀଙ୍କୁ ଗିରଫ କରିଛି। ବୁଧବାର ରାତିରେ ପୋଲିସ ଧାଙ୍ଗିଡିମୁତା ଗ୍ରାମରେ ଚଢାଉ କରି ଶ୍ୟାମ ସିଂ ଓରଫ ବାବୁଲୁ ଖୁଣ୍ଟିଆ, ନକୁଳ ସାହୁ, ହେମନ୍ତ ମଲ୍ଲିକ, ଛଟୁ ମଲ୍ଲିକ, ବିଶିକେଶନ ଓରଫ ରାଜୁ ଖୁଣ୍ଟିଆ, ହେମନ୍ତ ପାତ୍ର ଓ ଦିଲ୍ଲୀପ କୁମାର ନାଗଙ୍କୁ ଗିରଫ କରିଥିଲା। ଅଭିଯୁକ୍ତମାନଙ୍କୁ ଗୁରବାର କୋର୍ଟ ଚାଲାଣ କରାଯାଇଛି।
ବାଦାମପାହାଡ଼ସ୍ଥିତ ଲାଲଟ୍ରେଡସ ଲୁହାଖଣି ମାଲିକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଡ଼ମ୍ଫର ଧକ୍କାରେ ବାଇକରେ ବସି ଯାଉଥିବା ଧାଙ୍ଗିଡିମୁତା ଗ୍ରାମର ଜଣେ ବାଳିକା ଚନ୍ଦ୍ର ବଦ୍ରାଙ୍କ ଝିଅ ଆରତୀ ବଦ୍ରାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ଡମ୍ଫର ଚାଳକ ବିଶ୍ୱନାଥଙ୍କୁ ନିସ୍ତୁକ ମାଡ଼ ମାରିବା ସହ ଖଣି କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିଥିଲେ। ଡମ୍ପର ଚାଳକଙ୍କ ପ୍ରତି ଆକ୍ରମଣ ଏବଂ ଖଣି କାର୍ଯ୍ୟାଳୟ ଭଙ୍ଗାରୁଜା ସହ ଦୁର୍ଘଟଣା ମାମଲାରେ ପୋଲିସ ପକ୍ଷରୁ ୨ଟି ମାମଲା (ନଂ. ୩୪/୧୯ ଓ ୩୫/୧୯) ରୁଜୁ କରାଯାଇଥିଲା। ଲୋକଙ୍କ ମାଡ଼ରେ ଆହତ ବିଶ୍ୱନାଥଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକସ୍ଥିତ ବଡ଼ ଡାକ୍ତରଖାନାକୁ ଚିକିତ୍ସା ଲାଗି ସ୍ଥାନାନ୍ତର କରାଯାଇଛି। ଏଥିନେଇ ବିଶ୍ୱନାଥଙ୍କ ଗାଁରେ ଉତ୍ତେଜନା ଦେଖାଦେଇଥିଲା। ତାଙ୍କ ପରିବାର ଲୋକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ବୁଧବାର ବାଦାମପାହାଡ଼ ଥାନାରେ ପହଞ୍ଚି ଥାନାଧିକାରୀ ମୁକୁନ୍ଦ ମେଲକାଙ୍କୁ ଭେଟି ବିଶ୍ୱନାଥଙ୍କୁ ନିସ୍ତୁକ ମାଡ଼ ମାରିଥିବା ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ସକାଶେ ଲିଖିତ ଅଭିଯୋଗ କରିଥିଲେ। ମାମଲାର ତଦନ୍ତ କରି ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତଦନ୍ତକାରୀ ପୋଲିସ ଗ୍ରାମବାସୀ ଏବଂ ପରିବାରଙ୍କୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri