ଦୁର୍ଦ୍ଦାନ୍ତ ସାଗର ପରିଡା ଏନ୍‌ଏସ୍‌ଏରେ ବୁକ୍‌: ତାଙ୍କ ନାମରେ ରହିଛି ୧୬ରୁ ଊର୍ଦ୍ଧ୍ୱ ମାମଲା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଜେଲରେ ଥିବା ଦୁର୍ଦ୍ଦାନ୍ତ ସାଗର ପରିଡାଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏରେ ବୁକ୍‌ କରିଛି। ତାଙ୍କ ନାମରେ ୧୬ରୁ ଊର୍ଦ୍ଧ୍ୱ ମାମଲା ରହିଛି। ବିଶେଷକରି ବୋମା ମାଡ଼, ଦାଦାବଟି, ହତ୍ୟା ଉଦ୍ୟମ, ଡକାୟତି ଭଳି ୧୨ ସଙ୍ଗିନ ମାମଲାରେ ସେ ସମ୍ପୃକ୍ତ ଥିବା ପୋଲିସ କହିଛି। ସାଗର ଜେଲରୁ ବାହାରିବା ପରେ ପୁଣି ଅପରାଧ ଘଟାଉଥିବାରୁ ଏହା କମିଶନରେଟ ପୋଲିସର ଚିନ୍ତା ବଢ଼ାଇ ଦେଇଥିଲା। ସେ ରହୁଥିବା ଚନ୍ଦ୍ରଶେଖରପୁର ଅଞ୍ଚଳରେ ଆତଙ୍କ ଖେଳାଉଥିଲେ। ସାଧାରଣ ଲୋକଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରି କମିଶନରେଟ ପୋଲିସ ତାଙ୍କୁ ଗୁରୁବାର ଏନ୍‌ଏସ୍‌ଏରେ ବୁକ୍‌ କରିଥିବା କହିଛି।
ସୂଚନାଯୋଗ୍ୟ, ଗତ ୫ ଦିନ ତଳେ ସାଗର ଡମଣା ଛକରେ ଥିବା ଏକ ମଦ ଦୋକାନରେ ପଶି ମାରଣାସ୍ତ୍ର ଦେଖାଇ ଦାଦାବଟି ମାଗିଥିଲା। ଦୋକାନୀ ବଟି ଦେବାକୁ ମନା କରିବାରୁ ମଦ ବୋତଲ ଫିଙ୍ଗିବା ସହ ହତ୍ୟା ଧମକ ଦେଇଥିଲେ। ଏପରି କି ଦୋକାନ କ୍ୟାସ୍‌ କାଉଣ୍ଟର ଭିତରକୁ ପଶି ଲୁଟ୍‌ ଉଦ୍ୟମ କରିବା ସହ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଚନ୍ଦ୍ରଶେଖରପୁର ପୋଲିସ ତାଙ୍କୁ ଗତ ସପ୍ତାହରେ ଗିରଫ କରି କୋର୍ଟଚାଲାଣ କରିଥିଲେ। ଦୁଇବର୍ଷ ମଧ୍ୟରେ ୭ଜଣଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏରେ ବୁକ୍‌ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?