ଦୁର୍ନୀତିର ଚେର ବଡ଼ ଗହୀର

ପରଜଙ୍ଗ, ୭।୨(ଡି.ଏନ.ଏ.) – ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ଠାରୁ ଆରମ୍ଭ କରି ଗ୍ରାମୀଣ ଆବାସ ଯୋଜନା। ଭତ୍ତାଠୁ ଆରମ୍ଭ କରି ରାଶନକାର୍ଡ। ଯେଉଁ ଆଡ଼େ ଚାହିଁଲେ ପୁଳାପୁଳା ଦୁର୍ନୀତି। ବିଭିନ୍ନ ଉପାୟରେ ସରକାରୀ ତହବିଲରୁ ଲୁଟ୍‌ ହୋଇଛି କୋଟି କୋଟି ଟଙ୍କା। ଯେତେ ଉଦ୍ୟମ କଲେ ବି ଅନିୟମିତତାର ଦାଗ ଲିଭୁନି। ପାଟରପଦା, ବସୁଲେଇ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପଥରଖମ୍ବ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ଅର୍ଥ ହେର୍‌ଫେର ପରେ ଏବେ ଚର୍ଚ୍ଚାର ପରିଧିକୁ ଆସିଛି ପରଜଙ୍ଗ ବ୍ଲକର କନ୍ତୁର। ଏ ନେଇ ପଞ୍ଚାୟତର ୮ ଜଣ ୱାର୍ଡସଭ୍ୟ ଏବଂ ସମିତିସଭ୍ୟ ଜିଲାପାଳ, ଭିଜିଲାନ୍ସ ବିଭାଗ, ପିଆର୍‌ ଡିପାର୍ଟମେଣ୍ଟରେ ଲିଖିତ ଅଭିଯୋଗ କରିଛନ୍ତି।
କେତେଜଣ ହିତାଧିକାରୀ ଘର ସମ୍ପୂର୍ଣ୍ଣ ନ କରି ଟଙ୍କା ଉଠାଇ ନେଇଛନ୍ତି। ପ୍ରକୃତ ଘର ପରିବର୍ତ୍ତେ ଅନ୍ୟ ଘରକୁ ଦର୍ଶାଇ ଫାଇନାଲ ବିଲ୍‌ କରାଯାଇଛି। ଗୋଟିଏ ଘର ପାଇଁ ଦୁଇଥର ବିଲ୍‌ ହୋଇଛି। ୨୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଅଟ୍ଟାଳିକା ବି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହୋଇଛି। ଅନ୍ୟ ବ୍ଲକରୁ ଆସି ରେକର୍ଡ ନ ଥିବା ହିତାଧିକାରୀଙ୍କୁ ଘର ନିର୍ମାଣ କାର୍ଯ୍ୟାଦେଶ ଦିଆଯାଇଛି। ଗୋଚର ଜମିରେ ନିୟମ ଉଲ୍ଲଂଘନ କରି ଘର ତିଆରି କରାଯାଉଛି। ୧୪ରୁ ଊର୍ଦ୍ଧ୍ୱ ହିତାଧିକାରୀ ଏପରି ବେଆଇନ କାର୍ଯ୍ୟ କରିଥିବା ସେମାନେ ଅଭିଯୋଗରେ ଦର୍ଶାଇଛନ୍ତି। ସେହିପରି ୧୧ଜଣ ଆର୍ଥିକ ସ୍ବଚ୍ଛଳ ବର୍ଗର ପରିବାର ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇଛନ୍ତି। ଗାଡ଼ି, କୋଠାଘର, ଥ୍ରୀ ଫେଜ୍‌ ବିଦ୍ୟୁତ୍‌ ସଂଯୋଗ, ଉଦ୍ୟୋଗୀ ଏବଂ ଚାକିରି କରିଥିବା ବ୍ୟକ୍ତି ଅସାଧୁ ଉପାୟରେ ରାଶନ କାର୍ଡ ହାତେଇଛନ୍ତି। ବାଇକ୍‌ ଧରି ବୁଲୁଥିବା ଯୁବକଙ୍କୁ ଦିବ୍ୟାଙ୍ଗ ଭତ୍ତା ମିଳୁଛି। ଏହାର ଭିଜିଲାନ୍ସ ତଦନ୍ତ କରିବାକୁ ପଞ୍ଚାୟତ ପ୍ରତିନିଧିମାନେ ଦାବି କରିଛନ୍ତି।
ଏ ନେଇ ଉପଖଣ୍ଡ ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁ କୁହନ୍ତି, ଅଭିଯୋଗର ତଦନ୍ତ କରାଯିବ। ଦୋଷ ପ୍ରମାଣିତ ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଡିଓ ବସନ୍ତ କୁମାର ମଲ୍ଲିକ କୁହନ୍ତି, ତାଙ୍କ ନିକଟରେ ସେମିତି କିଛି ଅଭିଯୋଗ ହୋଇନାହିଁ। ଅଭିଯୋଗ ଆସିଲେ ତଦନ୍ତ କରାଯିବ। ଏ ନେଇ ସମିତିସଭ୍ୟ ଅବିନାଶ ବେହେରା କୁହନ୍ତି, କନ୍ତୁର ପଞ୍ଚାୟତରେ ସବୁଠାରୁ ଅଧିକ ଦୁର୍ନୀତି ହୋଇଛି। ଏହାର ତଥ୍ୟ ପ୍ରମାଣ ସହ ଭିଜିଲାନ୍ସ ଏବଂ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri