ଦୁର୍ନୀତି ନ କରିବାକୁ ଶପଥ ନେଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଚଳିତ ମାସ ୨୮ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୁର୍ନୀତି ନ କରିବା ପାଇଁ ଅଧିକାରୀ ଓ କର୍ମଚାରୀମାନଙ୍କ ଶପଥପାଠ ଆୟୋଜନ କରାଯାଇଛି। ସ୍କୁଲ ଓ ଗଣଶିକ୍ଷା, ପଞ୍ଚାୟତିରାଜ, ସୂଚନା ଓ ଲୋକସମ୍ପର୍କ ବିଭାଗରେ ଶପଥପାଠ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ସୂଚନା ଓ ଲୋକସମ୍ପର୍କ ବିଭାଗ ମୁଖ୍ୟ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ କରାଯାଇଥିଲା। ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ପୂର୍ବାହ୍ନରେ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ। ଦୁର୍ନୀତିର ମୂଳୋତ୍ପାଟନ ନିମନ୍ତେ ସରକାର, ନାଗରିକ ଓ ଘରୋଇ କ୍ଷେତ୍ର ଐକବଦ୍ଧ ଭାବେ କାର୍ଯ୍ୟ କରିବା ଆବଶ୍ୟକ। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ସେମାନଙ୍କ କାର୍ଯ୍ୟରେ ସତର୍କତା ଅବଲମ୍ବନ କରିବା ସହିତ ସାଧୁତା ଓ ସଚ୍ଚୋଟତାର ସର୍ବୋଚ୍ଚ ମାନକୁ ଅନୁସରଣ କରିବା ଓ ଦୁର୍ନୀତି ବିରୋଧରେ ସଂଗ୍ରାମକୁ ସମର୍ଥନ କରିବା ଦିଗରେ ଶପଥ କରାଇଥିଲେ। ଜୀବନରେ ସବୁ କ୍ଷେତ୍ରରେ ସାଧୁତା ଓ ସଚ୍ଚୋଟତାର ସହ ଜନହିତକର ସମସ୍ତ କାର୍ଯ୍ୟ କରିବା, ବ୍ୟକ୍ତିଗତ ବ୍ୟବହାରରେ ସାଧୁତା ପ୍ରଦର୍ଶନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିବା ଏବଂ ଯେ କୌଣସି ଦୁର୍ନୀତି ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇବା ନେଇ ଅଧିକାରୀ ଓ କର୍ମଚାରୀମାନେ ଶପଥ ନେଇଥିଲେ। ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକ ଦୁର୍ନୀତି ନିବାରଣ ଶପଥପାଠ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଅନ୍ୟତମ ଯୁଗ୍ମ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ସୁପକାର, ଉପନିର୍ଦ୍ଦେଶକ ବରଦା ପ୍ରସନ୍ନ ଦାସ, ଉପ ଶାସନ ସଚିବ ଦୁର୍ଗା ପ୍ରସାଦ ମହାରଣାଙ୍କ ସମେତ ବିଭାଗର ସମସ୍ତ ଅନୁଶାସନ ସଚିବ, ସମସ୍ତ ବରିଷ୍ଠ ଅଧିକାରୀ ଉପସ୍ଥିିତ ଥିଲେ। ଅନୁରୂପ ଭାବେ ଜିଲା ଓ ଉପଖଣ୍ଡ ସ୍ତରରେ ଥିବା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଗୁଡ଼ିକରେ ଥିବା ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିର୍ବାରଣ ସଚେତନତା ଶପଥପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri