ଦୁର୍ନୀତି ପ୍ରହାର: ୫ ଅଧିକାରୀ ବିଦା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଦୁର୍ନୀତି ମାମଲାରେ ଜଡିତ ୫ଜଣ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଶୁକ୍ରବାର ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚାକିରିରୁ ଆଗୁଆ ଅବସର ଦିଆଯାଇଥିବା ବେଳେ ଜଣଙ୍କୁ ବହିଷ୍କାର କରାଯାଇଛି। ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ସେହି ଅଧିକାରୀମାନଙ୍କ ବିରୋଧରେ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଢେଙ୍କାନାଳ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ) ବସନ୍ତ କୁମାର ବେହେରା, ଅବକାରୀ ବିଭାଗର ଡେପୁଟି କମିଶନର ଦିଲୀପ କୁମାର ନାଗ, ଉପବନସଂରକ୍ଷକ ଶରତ ଚନ୍ଦ୍ର ପଣ୍ଡାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ସହକାରୀ ଯୋଗାଣ ଅଧିକାରୀ ଅଶୋକ କୁମାର ମାଝିଙ୍କୁ ଚାକିରିରୁ ଆଗୁଆ ଅବସର ଦିଆଯାଇଛି । ସେହିପରି କୋମନା ବ୍ଲକର ପୂର୍ବତନ ବିଡିଓ ତଥା ବର୍ତ୍ତମାନର ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲଦାର ପ୍ରଦୀପ କୁମାର ବେହେରାଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରିରୁ ବହିଷ୍କାର କରାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେହି ଅଧିକାରୀମାନଙ୍କୁ ଗିରଫ କରିଥିଲା। ଦୋଷୀ ସାବ୍ୟସ୍ତ ହେବା ପରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନୂଆପଡା ଜିଲା କୋମନା ବ୍ଲକର ପୂର୍ବତନ ବିଡିଓ ତଥା ମୟୂରଭଞ୍ଜ ଜିଲାର କପ୍ତିପଦା ତହସିଲଦାର ପ୍ରଦୀପ କୁମାର ବେହେରା ଦୁର୍ନୀତି ଅଭିଯୋଗରେ ଚାକିରିରୁ ବିଦା ହୋଇଛନ୍ତି। ୨୦୦୮ରେ ତାଙ୍କ ନାମରେ ଭିଜିଲାନ୍ସ କେସ କରାଯାଇଥିଲା। ସେହିପରି ଅବକାରୀ ବିଭାଗର ଡେପୁଟି କମିଶନର ଦିଲୀପ କୁମାର ନାଗ ଆୟ ବହିର୍ଭୂତ ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ। ୨୦୧୨ରୁ ୨୦୧୫ ଯାଏ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା। ଢେଙ୍କାନାଳ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ) ବସନ୍ତ କୁମାର ବେହେରା ମଧ୍ୟ ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ୨୦୧୮ରେ ଗିରଫ ହୋଇଥିଲେ। ତାଙ୍କ ନିକଟରୁ ୩ କୋଟି ୬୧ ଲକ୍ଷ ୧୯ ହଜାର ୨୨୬ ଟଙ୍କାର ସମ୍ପତ୍ତି ଜବତ ହୋଇଥିଲା। ନୂଆପଡା ଜିଲାର ଖରିଆର ବନଖଣ୍ଡରେ ଉପବନସଂରକ୍ଷକ ଭାବେ ନିଯୁକ୍ତି ପାଇଥିବା ଶରତ ଚନ୍ଦ୍ର ପଣ୍ଡା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ୨୦୧୭ରେ ଗିରଫ ହୋଇଥିଲେ। ତାଙ୍କ ନିକଟରୁ ୫ କୋଟି ୨୩ ଲକ୍ଷ ୬୦ ହଜାର ୭୮ କୋଟି ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଭିଜିଲାନ୍ସ ଠାବ କରିଥିଲା। ସହକାରୀ ଯୋଗାଣ ଅଧିକାରୀ ଅଶୋକ କୁମାର ମାଝି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ସହ ଅସାଧୁ ମିଲରମାନଙ୍କୁ ଅନୁକମ୍ପା ଦେଖାଇବା ଏବଂ ଗତ ଫନୀ ବାତ୍ୟା ସମୟରେ ନିଜର କର୍ତ୍ତବ୍ୟ ପାଳନ କରି ନ ଥିବାରୁ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri