Posted inଜାତୀୟ

ଦୁର୍ନୀତି ବିରୋଧରେ ଲଢ଼େଇ :୧୫୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶରେ ଶୁକ୍ରବାର ଦେଶର ୧୫୦ ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି। ଚଢ଼ାଉରେ ଭିଜିଲାନ୍ସ ବିଭାଗ ମଧ୍ୟ ସାମିଲ ଥିଲା। ଚଢ଼ାଉ ହୋଇଥିବା ସ୍ଥାନଗୁଡ଼ିକ ମଧ୍ୟରେ ରହିଛି ଦିଲ୍ଲୀ, ଜୟପୁର, ଯୋଧପୁର, ଗୁଆହାଟୀ, ଶ୍ରୀନଗର, ସିଲଂ, ଚଣ୍ଡିଗଡ, ଶିମଲା, ଚେନ୍ନାଇ, ମଦୁରାଇ, କୋଲକାତା, ହାଇଦ୍ରାବାଦ, ବେଙ୍ଗାଲୁରୁ, ମୁମ୍ବାଇ, ପୁଣେ, ଗାନ୍ଧୀନଗର, ଗୋଆ, ଭୋପାଳ, ଜବଲପୁର, ନାଗପୁର, ପାଟନା, ରାଞ୍ଚତ୍, ଗାଜିଆବାଦ, ଭଦୋଦରା, ଅହମଦାବାଦ, କୋଚିନ, ଲକ୍ଷ୍ନୌ ଓ ଡେରାଡୁନ୍‌। ଶୁକ୍ରବାର ସକାଳଠାରୁ ଏହିସବୁ ସହରରେ ଥିବା ରେଲଓ୍ବେ, ବିଏସ୍‌ଏନ୍‌ଏଲ, ଜାହାଜ ଚଳାଚଳ କାର୍ଯ୍ୟାଳୟ, ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟ, କୋଇଲା ଖଣି, ଭାରତର ଖାଦ୍ୟ ନିଗମ କାର୍ଯ୍ୟାଳୟ, ସୀମାଶୁଳ୍କ, ବିଦ୍ୟୁତ, ପରିବହନ, ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଆଦିରେ ଚଢ଼ାଉ କରାଯାଇଥିଲା। ଯେଉଁସବୁ ସରକାରୀ କାର୍ଯ୍ୟାଳୟରେ ଜନସାଧାରଣ ଅଧିକ ଦୁର୍ନୀତିର ଶୋଷଣ ହେଉଥିବା ଅଭିଯୋଗ ହେଉଛି, ସେଠାରେ ଏହି ସ୍ବତନ୍ତ୍ର ଚଢ଼ାଉ ଅଭିଯାନ କରାଯାଇଥିଲା ବୋଲି ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri