ଦୁର୍ବଳ ବନ୍ଧ ପାଇଁ ଭୟ,୩ ସ୍ଥାନରେ ରାସ୍ତା ଉପରେ ପାଣି

ବାଙ୍କୀ/ତିଗିରିଆ, ୧୫ା୮ (ସ୍ବ.ପ୍ର./ ଡି.ଏନ୍‌.ଏ.): ମହାନଦୀରେ ବନ୍ୟାଜଳ ବୁଧବାର ପ୍ରବାହିତ ହୋଇ ବାଙ୍କୀଠାରେ ଅପରାହ୍ନ ୪ଟାରେ ୭.୭୦ମିଟର ଥିବା ଲକ୍ଷ୍ୟ କରାଯାଇଥିଲା। ଏଠାରେ ବିପଦ ସଂକେତ ୭.୭୮ମିଟର ରହିଛି। ବନ୍ୟାଜଳ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ସ୍ଥାନରେ ମହାନଦୀ ବନ୍ଧ ଦୁର୍ବଳ ଅବସ୍ଥାରେ ଥିବାରୁ ଜନସାଧାରଣ ଭୟଭୀତ ଅବସ୍ଥାରେ ଅଛନ୍ତି। ଏହି ବନ୍ୟାଫଳରେ ମହାନଦୀର ଶାଖାନଦୀ ରଣନଦୀରେ ବନ୍ୟାଜଳ ପ୍ରବେଶ କରିଛି। ବନ୍ୟାଜଳ ବୃଦ୍ଧି ଯୋଗୁ ଘୋଡାବର-ରତାଗଡ଼ଠାରେ ହୁଳୁହୁଳା ସେତୁ ଉପରେ ୬ଫୁଟ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ରଣନଦୀରେ ବନ୍ୟାଜଳ ଆସି ଶିମିଳିପୁର ତାଳବସ୍ତ ରାସ୍ତାରେ ବନ୍ୟାଜଳ ୩ଫୁଟ ଉଚ୍ଚରେ ପ୍ରବାହିତ ହେଉଛି। ଏହା ଦ୍ୱାରା ଶଖୁଆଖଳା ଗ୍ରାମ ସମ୍ପୂର୍ଣ୍ଣଭାବେ ପାଣି ଘେରରେ ରହିଛି। ସେହିପରି ଚନ୍ଦ୍ରପା ସେତୁ ଉପରେ ୧ଫୁଟ ଉଚ୍ଚତାରେ ବନ୍ୟାଜଳ ପ୍ରବାହିତ ହେଉଛି। ଯଦି ଏହିପରି ଭାବରେ ବନ୍ୟାଜଳ ବୃଦ୍ଧି ହୁଏ ତେବେ ଗୁରୁବାର ସୁଦ୍ଧା ବାଙ୍କୀ ବାହ୍ୟଜଗତରୁ ବିଚ୍ଛିନ୍ନ ହେବା ସମ୍ଭାବନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri