ଦୁର୍ବୃତ୍ତଙ୍କ ଆକ୍ରମଣରେ ତହଁର ପୂର୍ବତନ ସରପଞ୍ଚ ଗୁରୁତର

ଶେରଗଡ଼,୧୧ା୯(ଡି.ଏନ୍‌.ଏ.): ତହଁର ପୂର୍ବତନ ସରପଞ୍ଚ ପଦ୍ମ ଚରଣ ପାଢ଼ୀ ବୁଧବାର ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ପଦ୍ମଙ୍କ ପୁତୁରା ଏନେଇ ହିଞ୍ଜିଳି ଥାନାରେ ଏତଲା ଦେଇଛନ୍ତି। ପୋଲିସ ନଂ.୨୩୬/୧୯ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ବୁଧବାର ଭୋରରେ ପଦ୍ମ ଘର ବାଡ଼ିପଟେ ଥିବା ପାଇଖାନାକୁ ଯାଉଥିଲେ। ପୂର୍ବରୁ ଛପି ରହିଥିବା ୪ଜଣ ଦୁର୍ବୃତ୍ତ ତାଙ୍କୁ ହଠାତ୍‌ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ପଦ୍ମ ପାଟି କରିବାରୁ ତାଙ୍କ ଭାଇ ତ୍ରିଲୋଚନ ଉଠି ଘଟଣାସ୍ଥଳକୁ ଆସିଥିଲେ। ଦୁର୍ବୃତ୍ତମାନେ ତ୍ରିଲୋଚନଙ୍କୁ ଦେଖି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଗୁରୁତର ଅବସ୍ଥାରେ ପଦ୍ମଙ୍କୁ ପରିବାର ଲୋକେ ପ୍ରଥମେ ହିଞ୍ଜିଳିକାଟୁ ଓ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲଲକୁ ନେଇଛନ୍ତି। ବୁଧବାର ସନ୍ଧ୍ୟାରେ ପଦ୍ମଙ୍କ ପୁତୁରା ହିଞ୍ଜିଳି ଥାନାରେ ଏତଲା ଦେଇଛନ୍ତି। ପୋଲିସ ପ୍ରାଥମିକ ତଦନ୍ତରୁ ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବ ଅନୁମାନ କରୁଛି। ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ୨ଟି ବାଇକରେ ଫେରାର ହୋଇଯାଇଥିବାବେଳେ ଏହାର ନମ୍ବରକୁ ଆଧାର କରି ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri