Posted inଅପରାଧ

ଦୁର୍ବୃତ୍ତ ମାରଣାସ୍ତ୍ରରେ ଗୋଡ଼ାଇ ହାଣିଲେ: ଜଣେ ଯୁବକ ଗୁରୁତର

ବୋଲଗଡ଼,୨୩ା୭(ଡି.ଏନ.ଏ.)-ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ଅନ୍ତର୍ଗତ ସାନକୁମାରୀସ୍ଥିତ ମା’ମଙ୍ଗଳା ମନ୍ଦିର ନିକଟରେ ରବିବାର ରାତିରେ କେହି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଗୁରୁତର କରିଛନ୍ତି। ଗୁରୁତର ଯୁବକ ହେଉଛନ୍ତି ସାନକୁମାରୀ ଗ୍ରାମର ଗଣେଶ ଖଣ୍ଡାଇ(୨୫)। ତାଙ୍କୁ ମାରଣାସ୍ତ୍ର ଦ୍ୱାରା ଆକ୍ରମଣ କରାଯାଇଥିବା ନେଇ ଫାଣ୍ଡି ପୋଲିସ ସୂତ୍ରରୁ ଜଣାପଡ଼ିଛି। ଗଣେଶ ବର୍ତ୍ତମାନ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏ ପର୍ଯ୍ୟନ୍ତ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇ ନ ଥିଲେ ମଧ୍ୟ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ବିଳମ୍ବିତ ରାତିରେ ମଙ୍ଗଳା ମନ୍ଦିରଠାରେ କେହି ଦୁବୃର୍ତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି। ମୁଖଶାଳା ଓ ଅନ୍ୟ ସ୍ଥାନରେ ପଡ଼ିଥିବା ପ୍ରଚୁର ରକ୍ତସ୍ରାବରୁ ଜଣାପଡ଼େ ଯେ, ଆକ୍ରମଣବେଳେ ନିଜ ଜୀବନ ବଞ୍ଚାଇବାକୁ ସେ ମନ୍ଦିର ଭିତରକୁ ପଶି ଆସିଥିଲେ। ଗଣେଶଙ୍କ ମୁହଁ, ଛାତି ଓ ହାତରେ ଗଭୀର ଆଘାତ ଲାଗିଛି । ଗୁରୁତର ଭାବେ ଚିକିତ୍ସାଧୀନ ଥିବାରୁ ସେ କଥାବାର୍ତ୍ତା କରିବାରେ ସକ୍ଷମ ନ ଥିବାରୁ ଆକ୍ରମଣକାରୀ ଓ ଘଟଣା ସମ୍ପର୍କରେ ତାଙ୍କଠାରୁ ବିଶେଷ ତଥ୍ୟ ମିଳିପାରିନାହିଁ। ଖବର ଲେଖା ହେବା ପର୍ଯ୍ୟନ୍ତ ପରିବାର ଲୋକେ ଡାକ୍ତରଖାନାରେ ଥିବା ଓ ଥାନାରେ ଏ ନେଇ କୌଣସି ଅଭିଯୋଗ କରି ନ ଥିବା ଜଣାପଡ଼ିଛିି । ତେବେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ବାଙ୍କୋଇ ଫାଣ୍ଡି ଅଧିକାରୀ ଶ୍ରୀକାନ୍ତ ପଣ୍ଡା ଓ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ରକ୍ତ ନମୂନା ସଂଗ୍ରହ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri