Posted inଖେଳ

ଦୁଲୀପ୍‌ ଟ୍ରଫି ଫାଇନାଲ: ଇଣ୍ଡିଆ ଗ୍ରୀନର ବ୍ୟାଟିଂ ବିପର୍ଯ୍ୟୟ

ବେଙ୍ଗାଲୁରୁ, ୫।୯ (ପି.ଟି.)- ଘରୋଇ କ୍ରିକେଟ୍‌ର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ଦୁଲୀପ୍‌ ଟ୍ରଫିର ଫାଇନାଲ ମ୍ୟାଚ୍‌ ଇଣ୍ଡିଆ ଗ୍ରୀନ୍‌ ଓ ଇଣ୍ଡିଆ ରେଡ୍‌ ମଧ୍ୟରେ ବୁଧବାରଠାରୁ ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଆରମ୍ଭ ହୋଇଛି। ପିଙ୍କ୍‌ ବଲ୍‌ରେ ଖେଳାଯାଉଥିବା ଏହି ପାଞ୍ଚଦିବସୀୟ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଣ୍ଡିଆ ଗ୍ରୀନ୍‌ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ଇଣ୍ଡିଆ ଗ୍ରୀନ୍‌ ପ୍ରଥମ ଦିବସ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ୪୯ ଓଭରରେ ୮ ଉଇକେଟ୍‌ ହରାଇ ୧୪୭ ରନ୍‌ ସଂଗ୍ରହ କରିଛି। ମୟଙ୍କ ମାର୍କଣ୍ଡେ ୩୨ ଓ ତନବୀର ଉଲ୍‌ ହକ୍‌ ୮ ରନ୍‌ କରି କ୍ରିଜରେ ଅପରାଜିତ ରହିଛନ୍ତି। ଅସମାପ୍ତ ୯ମ ଉଇକେଟ୍‌ ଯୋଡ଼ିରେ ୩୫ ରନ୍‌ ସଂଗ୍ରହ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ଫୈଜ ଫଜଲ (୧୨), ଅକ୍ଷଥ ରେଡ୍ଡୀ (୧୬), ଧ୍ରୁବ ସୋରୀ (୨୩), ଆକାଶଦୀପ ନାଥ (୨୯) ପ୍ରମୁଖ ବ୍ୟାଟିଂରେ ବିଫଳ ହୋଇଛନ୍ତି। ଇଣ୍ଡିଆ ରେଡ୍‌ ପକ୍ଷରୁ ସଫଳ ବୋଲର ଭାବେ ବାମହାତୀ ଦ୍ରୁତ ବୋଲର ଜୟଦେବ ଉନାଦକଟ୍‌ ସର୍ବାଧିକ ୪ଟି ଉଇକେଟ୍‌ ଅକ୍ତିଆର କରିଛନ୍ତି। ସନ୍ଦୀପ ଓ୍ବାରିୟର, ଅଭେସ ଖାଁ ଓ ଆଦିତ୍ୟ ଶରଓ୍ବାତେ ଗୋଟିଏ ଲେଖାଏ ଉଇକେଟ୍‌ ନେଇଛନ୍ତି।

ରାଜେଶ ମହାନ୍ତିଙ୍କ ଦୁଲୀପ୍‌ ଟ୍ରଫି ପଦାର୍ପଣ
ଇଣ୍ଡିଆ ଗ୍ରୀନ୍‌ ଦଳରେ ସ୍ଥାନ ପାଇଥିବା ଡାହାଣହାତୀ ଓଡ଼ିଆ ଦ୍ରୁତ ବୋଲର ରାଜେଶ ମହାନ୍ତି ଏହି ମ୍ୟାଚ୍‌ ଜରିଆରେ ଦୁଲୀପ୍‌ ଟ୍ରଫିରେ ପଦାର୍ପଣ କରିଛନ୍ତି। ଇଣ୍ଡିଆ ଗ୍ରୀନ୍‌ ଇନିଂସରେ ୯ମ ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିବା ରାଜେଶ ବ୍ୟାଟିଂରେ ସେତେଟା ପ୍ରଭାବୀ ପ୍ରଦର୍ଶନ କରିପାରି ନ ଥିଲେ। ୩ଟି ବଲ୍‌ର ସାମ୍ନା କରି ରାଜେଶ ଜୟଦେବ ଉନାଡକଟ୍‌ଙ୍କ ବଲରେ ଉଇକେଟ୍‌କିପର ଇଶାନ କିଶାନଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଏଥିପୂର୍ବରୁ ରାଉଣ୍ଡ-ରବିନ ପର୍ଯ୍ୟାୟରେ ରାଜେଶଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ମିଳି ନ ଥିଲା। ରାଜେଶ ୧୯ ବର୍ଷରୁ କମ୍‌ ଏସିଆ କପ୍‌ ବିଜୟୀ ଭାରତୀୟ ଦଳର ସଦସ୍ୟ ମଧ୍ୟ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?